spot_img

Latest Posts

ପୁଣି ଭିଜିବ ଓଡିଶା, ୨୭ ରେ ଆସୁଛି ଲଘୁଚାପ

ଭୁବନେଶ୍ୱର: ୨୭ରେ ଆସୁଛି ଲଘୁଚାପ। ୨୭ ଓ ୨୮ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ସାତ ଦିନ ରାଜ୍ୟରେ ଜାରି ରହିବ ବର୍ଷା । ଶୀଘ୍ର ମୌସୁମୀ ଆସିବାକୁ ଅନୁକୂଳ ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହି ଲଘୁଚାପ ହେବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଘୁଚାପ ସୃଷ୍ଟି ହେବା ପରେ ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଫଳରେ ଆଗାମୀ ୭ ଦିନ ରାଜ୍ୟରେ ବର୍ଷା ଜାରି ରହିବ। ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ସହ ଝଡି ପବନ ବହିବା ସମ୍ଭାବନା ରହିଛି।

ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ଼, ସମ୍ବଲପୁର ଓ ଦେଓଗଡକୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪ ଘଣ୍ଟା ଯାଏ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Latest Posts

Don't Miss