ଏକା ସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ , ଭିଜିବ ପୁରା ଓଡିଶା

ନନ୍ଦିଘୋଷ ବ୍ୟୁରୋ : ଏକା ସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ । ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । କାଲି ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ୨୭ ମେ’ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ । ରାଜ୍ୟରେ ବର୍ତ୍ତମାନ ଗରମ ଗୁଳୁଗୁଳି ଜାରି ରହିଛି । ଉପକୂଳବର୍ତ୍ତି ଜିଲ୍ଲା ବାଲେଶ୍ୱର,ଭଦ୍ରକ,କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତିରେ ଗରମ ଗୁଳୁଗୁଳିକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୩ ଦିନ ପାଇଁ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ ମେ ୨୩ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଲାଗିରହିବ କାଳବୈଶାଖୀ ବର୍ଷା ।