ଆସିପାରେ ବଡ଼ ବାତ୍ୟା ! ଦକ୍ଷିଣ ଓଡ଼ିଶାକୁ ରେଡ଼ ଆଲର୍ଟ ..

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପ ପ୍ରବଳ ବର୍ଷା ପାଇଁ ଜିଲ୍ଲା ପ୍ରଶାସନକୁ ଆଲର୍ଟ କଲେ ରାଜ୍ୟ ସରକାର। ଏକ ବିଦେଶୀ ସଂସ୍ଥାର ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି । ବାତ୍ୟା ହୋଇପାରେ ବୋଲି ଅନୁମାନ କରିଛି ଆମେରିକାର ଏକ ସଂସ୍ଥା। କିନ୍ତୁ ଭାରତୀୟ ପାଣିପାଗ ବିଭାଗ କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି ।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି । ତେଣୁ ସେହି ଅଞ୍ଚଳକୁ ରେଡ଼ ଆଲର୍ଟରେ ରଖା ଯାଇଛି । ଉପକୂଳ ଜିଲ୍ଲା ଗୁଡିକୁ ଅରେଞ୍ଜ ଆଲର୍ଟରେ ରଖାଯାଇଛି। ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ । ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ ବୋଲି ସୁରେଶ ପୂଜାରୀ କହିଛନ୍ତି।