ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି: ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା  । ଆଗାମୀ ୫ଦିନ ଯାଏ ବର୍ଷା ହେବା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି । କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।

ଏଥିସହିତ ପଢ଼ନ୍ତୁ: ଏସିଏଫ୍‌ ସୌମ୍ୟଙ୍କ ମୃତ୍ୟୁ ଘଟଣାରେ ଡିଏଫ୍‌ଓଙ୍କୁ କ୍ଲିନ୍‌ ଚିଟ୍‌

Leave a Reply