ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଆଣ୍ଡାମାନ ସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଧୀରେ ଧୀରେ ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ । ବିଳମ୍ବ ହେଉଛି ଲଘୁଚାପ । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ୧୫ କିମ୍ବା ୧୬ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରିବ । ଓ୍ୱେଲମାର୍କ ଲୋ ପ୍ରେସର ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତାକାଲିଠୁ ଧିରେ ଧିରେ ବର୍ଷାର ପରିମାଣ ବଢିବ । ବିଶେଷ କରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ରାଜ୍ୟର ୧୧ ଜିଲ୍ଲାରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଅଧିକାଂଶ ଅଞ୍ଚଳରୁ ମୌସୁମୀ ଫେରିଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଏଥିସହିତ ପଢ଼ନ୍ତୁ: ବାତ୍ୟାର ମାସ ଅକ୍ଟୋବର, ୨ ଦଶନ୍ଧି ଭିତରେ ଓଡ଼ିଶା ସାମ୍ନା କରିଥିବା ୪ ବାତ୍ୟା

Leave a Reply