ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ଲଘୁଚାପ

1 min read

ଭୁବନେଶ୍ୱର : ଆଜି ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ଲଘୁଚାପ । ଆସନ୍ତାକାଲି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଗଭୀର ଅବପାତରେ ପରିଣତ ହେବ । ପ୍ରଭାବରେ ଆଜିଠୁ ରାଜ୍ୟରେ ପାଗରେ ପରବର୍ତ୍ତନ ଆସିବ । କାଲି ଓଡ଼ିଶାରେ ପ୍ରବଳ ବର୍ଷା ହେବାନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଇଏମଡି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଆଲର୍ଟ କରାଯାଇଛି  । ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡାରେ ୨୦୦ ମିଲିମିଟର ଯାଏଁ ବର୍ଷା ସମ୍ଭାବନା ରହିଛି । ଉତ୍ତର ଉପକୂଳ ଓଡ଼ିଶାର ୧୦ ଜିଲ୍ଲାକୁ ବି ୟେଲୋ ଆଲର୍ଟ ଜାରି କରାଯାଇଛି । ୧୭ ତାରିଖ ବେଳକୁ ଗଭୀର ଅବପାତ ଆନ୍ଧ୍ର ଉପକୂଳରୁ ରିକର୍ଭ କରିବ । ପରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବ । Weather Update Odisha: Well-Marked Low Pressure To Trigger Heavy Rainfall  In Next 24 Hours

ବର୍ଷା ସମୟରେ ଘଣ୍ଟାପ୍ରତି ୪୫ ରୁ ୬୫ କିଲୋମିଟର ବେଗରେ ପବନ ବହିବ । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି  । ୧୮ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଉତ୍ତର ଓଡ଼ିଶାର ସବୁ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷାରେ ଅମଳ ଉପଯୋଗୀ ଧାନ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି । ତେଣୁ ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି ।