ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା, ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲେ SRC

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୬କିମ୍ବା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଲଘୁଚାପ ଥିବାରୁ ବହୁତ ସ୍ଥାନରେ ବର୍ଷା ହେବ। ପଶ୍ଚିମ ଓଡିଶାରେ ଦିନେ ଦୁଇ ଦିନ ବର୍ଷା ଲାଗି ରହିବ । ତାପରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଏନେଇ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ସମସ୍ତ ପ୍ରସ୍ତୁତି କରାଯାଇଛି । ଜଳସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି । ଅନ୍ୟ ବିଭାଗ ସମସ୍ତେ ପ୍ରସ୍ତୁତ ହୋଇ ରହିବେ । ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ହୋଇ ରହିଛନ୍ତି ।

ମାଲକାନଗିରି ଜିଲ୍ଲାପାଳଙ୍କ ସହିତ କଥା ହୋଇଛନ୍ତି ଏସଆରସି । ପରିସ୍ଥିତି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିଛି। କୌଣସି ସ୍ଥାନରେ ଅସ୍ଵାଭାବିକ ପରିସ୍ଥିତି ସୃଷ୍ଟି ହୋଇନାହିଁ । ୭ରୁ ୮ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ ଆବଶ୍ୟକତା ଅନୁସାରେ ସ୍ୱାଭାବିକ ବର୍ଷା ହୋଇଛି। ଚାଷ ପାଇଁ ଭଲ ବର୍ଷା ହୋଇଛି । ଆସନ୍ତା ୩ରୁ ୪ଦିନ ଭଲ ବର୍ଷା ହେଲେ ଚାଷ ଓ ଚାଷୀଙ୍କ ପାଇଁ ଅନୁକୂଳ ହେବ । ଚାଷ କାର୍ଯ୍ୟ ଠିକ୍ ଭାବେ ଚାଲିଛି । ରାଜ୍ୟର ନଦୀ ଖାଲି ଥିଲା । ହୀରାକୁଦର ଗେଟ ଖୋଲିଲେ ଅସୁବିଧା ହେବନି ବୋଲି ଏସଆରସି ସତ୍ୟବ୍ରତ ସାହୁ  କହିଛନ୍ତି ।