ଚଳିତ ବର୍ଷଠୁ ଲାଗୁ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ

ଭୁବନେଶ୍ବର: ଚଳିତ ବର୍ଷଠୁ ରାଜ୍ଯରେ ଲାଗୁ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପ ଆଉଟ ରୋକିବାକୁ ନୂଆ ଯୋଜନାକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ଏନେଇ ବିଧାନସଭାରେ ଘୋଷଣା କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଚଳିତ ବର୍ଷ ଏହି ଯୋଜନାରେ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ଅଷ୍ଟମରୁ ଉତ୍ତୀର୍ଣ୍ଣ ହୋଇ ନବମ ଯାଇଥିବା ଏବଂ ଦଶମରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶକୁ ଯାଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହନ ରାଶି ଭାବେ ବାର୍ଷିକ ୫ ହଜାର ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର । ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଖର୍ଚ୍ଚ ହେବ ।