ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୩ ଯାତ୍ରୀଙ୍କ ମୃତ୍ୟୁ, ୧୭ ଯାତ୍ରୀ ଆହତ

ନନ୍ଦିଘୋଷ ବ୍ୟୁରୋ: ମଧ୍ୟପ୍ରଦେଶ ଗୁନାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଡମ୍ଫର ସହିତ ବସଟି ଧକ୍କା ଫଳରେ ବସଟି ସଂପୂର୍ଣ୍ଣ ଜଳିଯାଇଛି । ଘଟଣାରେ ୧୩ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଛନ୍ତି । ୧୭ ଯାତ୍ରୀ ଆହତ ହୋଇଛନ୍ତି । ଏକ ଘରୋଇ ବସଟି ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଗୁନା ଅଞ୍ଚଳରେ ଯାଉଥିଲା । ମାତ୍ର ହଠାତ୍ ବସଟି ସମ୍ମୁଖରୁ ଆସୁଥିବା ଏକ ଡମ୍ଫର ସହ ଧକ୍କା ହୋଇ ଜଳି ଯାଇଥିଲା । ଏହି ଦୁର୍ଘଟଣାରେ ୧୩ଜଣ ଜୀବନ୍ତ ଜଳି ଯାଇଥିବା ବେଳେ ୧୭ଜଣ ଆହତ ହୋଇଛନ୍ତି । ଖବର ପାଇ ପୋଲିସ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହିତ ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ସେପଟେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁର୍ଘଟଣା ଯୋଗୁଁ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପାଇଁ ୪ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି।