spot_img

Latest Posts

ମଧ୍ୟପ୍ରଦେଶ ବିଜେପି ମନ୍ତ୍ରୀ ବିଜୟ ଶାହାଙ୍କ ଲାଗି ବଢ଼ିଲା ଅଡୁଆ

ନନ୍ଦିଘୋଷ ବ୍ୟୁରୋ : ମଧ୍ୟପ୍ରଦେଶ ବିଜେପି ମନ୍ତ୍ରୀ ବିଜୟ ଶାହାଙ୍କ ଲାଗି ବଢ଼ିଲା ଅଡୁଆ। ତାଙ୍କ ବିରୋଧରେ ଏଫଆଇଆର ରୁଜୁ ଲାଗି ନିର୍ଦ୍ଦେଶ ଦେଇଛନ୍ତି ମଧ୍ୟପ୍ରଦେଶ ହାଇକୋର୍ଟ। କର୍ଣ୍ଣେଲ ସୋଫିଆ କ୍ୟୁରେସିଙ୍କ ବିରୋଧରେ ଆଦିବାସୀ ବ୍ଯାପାର ମନ୍ତ୍ରୀ ବିଜୟ ଦେଇଥିଲେ ବୟାନ। ଅପରେସନ ସିନ୍ଦୂର ସମ୍ପର୍କରେ ପ୍ରେସ ବ୍ରିଫିଂ ସୋଫିଆ କରିଥିବାବେଳେ ତାଙ୍କୁ ଟାର୍ଗେଟ କରିଥିଲେ ମନ୍ତ୍ରୀ। ଏହି ପ୍ରସଙ୍ଗରେ ମଧ୍ଯପ୍ରଦେଶ ହାଇକୋର୍ଟ ନିଜ ଆଡୁ କରିଥିଲେ ମାମଲା ରୁଜୁ। କର୍ଣ୍ଣେଲ ସୋଫିଆ ଜଣେ ଆତଙ୍କୀଙ୍କ ଭଉଣୀ ବୋଲି କହିଥିଲେ ବିଜୟ।  ରାମକୁଣ୍ଡ ଗ୍ରାମରେ ଆୟୋଜିତ ଏକ ସଭାରେ ବିଜୟ ଏହି ବିବାଦୀୟ ବୟାନ ଦେଇଥିଲେ। ବିଜୟଙ୍କ ଏହି ବୟାନକୁ ବିଭିନ୍ନ ଦଳ ପକ୍ଷରୁ ସମାଲୋଚନା କରାଯାଇଥିଲା। ଗତକାଲି ସେ ଏହି ବୟାନ ନେଇ କ୍ଷମା ପ୍ରାର୍ଥନା କରିଥିଲେ। ଦୁଃଖ ପରିସ୍ଥିତି ସମୟରେ ମନ୍ତ୍ରୀ ମୁସଲିମଙ୍କ ବିରୋଧରେ କହିବାକୁ ପଛାଇନଥିଲେ ବୋଲି କହିଥିଲେ ଏଆଇଏମଆଇଏମ ନେତା ଅସଦୁଦ୍ଦିନ ଓବେସୀ।

Latest Posts

Don't Miss