spot_img

Latest Posts

ମାହାଙ୍ଗା ଡବଲ ମର୍ଡର ଘଟଣା: ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ଘଟଣା। ଆଉଜଣେ ଅଭିଯୁକ୍ତକୁ ଗିରଫ ଗ୍ରାମାଞ୍ଚଳ ପୋଲିସ। ଭୁବନେଶ୍ୱରରୁ କୈଳାସ ଖଟୁଆକୁ ଗିରଫ କରାଯାଇଥିବା ଅତିରିକ୍ତ ଆରକ୍ଷି ଅଧିକ୍ଷକ ପ୍ରଦ୍ୟୁମ୍ନ କୁମାର ଜେନା ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ଘଟଣାରେ ୫ଜଣଙ୍କୁ ଗିରଫ କରାଯାଇଛି। ଗତକାଲି ୪ଜଣଙ୍କୁ ଗିରଫ କରିଥିଲା ପୋଲିସ। ଗତକାଲି ମୁଖ୍ୟ ଅଭିଯୁକ୍ତ ପଞ୍ଚାନନ ସେଠୀ ଘଟଣାସ୍ଥଳରେ କ୍ରାଇମ ସିନ୍ ରିକ୍ରିଏଟ କରିଥିଲା। ଲୁଚାଇଥିବା ହତିଆର ଧରି ହତ୍ୟାକାଣ୍ଡର ଡେମୋ ଦେଖାଇଥିଲା ଅଭିଯୁକ୍ତ।

ଗତକାଲି ହତ୍ୟାକାଣ୍ଡରେ ବ୍ୟବହୃତ ହତିଆର, ବାଇକ୍‌, ମୋବାଇଲ ଓ ଅନ୍ୟ ସାମଗ୍ରୀ ଜବତ କରିଥିଲା କଟକ ଗ୍ରାମାଞ୍ଚଳ ପୋଲିସ। ଗତ ୨ତାରିଖ ରାତିରେ ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ବାଇକରେ ଜଙ୍କୋଟି ଗାଁରୁ ନୃତାଙ୍ଗ ଫେରୁଥିବା ବେଳେ ୧୦-୧୨ଜଣ ଦୁର୍ବୃତ୍ତ ଆକ୍ରମଣ କରିଥଲେ। ଘଟଣାସ୍ଥଳରେ କୁଳମଣିଙ୍କ ମୃତ୍ୟୁ ହୋଇଥିବା ବେଳେ, କଟକ ବଡ଼ ମେଡିକାଲରେ ଦିବ୍ୟସିଂହ ପ୍ରାଣ ହରାଇଥିଲେ।

Latest Posts

Don't Miss