ଆଜି ଚୈତ୍ର-ଶୁକ୍ଳ ପ୍ରତିପଦା ତିଥି, ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି

1 min read

ପୁରୀ: ଆଜି ଚୈତ୍ର-ଶୁକ୍ଳ ପ୍ରତିପଦା ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନି ଠାକୁର । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ବିଶେଷନୀତି ପାଇଁ ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ନୀତି ସମାପ୍ତ ପରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ।