ଆହୁରି ଶକ୍ତିଶାଳୀ ହେବ ନୌସେନା, ଆସନ୍ତକାଲି ସାମିଲ ହେବ ଯୁଦ୍ଧ ଜାହାଜ ମହେନ୍ଦ୍ରଗିରି

1 min read

ମୁମ୍ବାଇ: ବଢ଼ିବ ଭାରତୀୟ ନୌସେନାର ସାମର୍ଥ୍ୟ ଓ ବଳ । ନୌସେନାରେ ସାମିଲ ହେବ ଯୁଦ୍ଧଜାହଜ ମହେନ୍ଦ୍ରଗିରି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମାଣ କରାଯାଇଥିବା ସର୍ବଶେଷ ଯୁଦ୍ଧ ଜାହଜ ମହେନ୍ଦ୍ରଗିରି ଆସନ୍ତାକାଲି ଭାରତୀୟ ନୌସେନାରେ ସାମିଲ ହେବ । ଉପରାଷ୍ଟ୍ରପତି ଜଗଦ୍ଦୀପ ଧନକରଙ୍କ ପତ୍ନୀ ସୁଦେଶ ଧନକର ଏହାକୁ ମୁମ୍ବାଇସ୍ଥିତ ମାଜଗାଓଁ ଡକୟାର୍ଡରେ ଉଦଘାଟନ କରିବେ । ମାଜଗାଓଁ ଡକ୍‌ ୟାର୍ଡ ଓ ଜିଆରଏସଇର ମିଳିତ ଉଦ୍ୟମରେ ଯୁଦ୍ଧଜାହଜ ନୌସେନାର ୧୭A ପ୍ରକଳ୍ପ ଅଧିନରେ ନିର୍ମାଣ କରାଯାଇଛି । ଏହା ସର୍ବଶେଷ ଓ ସପ୍ତମ ଷ୍ଟିଲ୍ଥ  ଯୁଦ୍ଧ ଜାହଜ । ଗତ ୧୭ ତାରିଖରେ ଷଷ୍ଠ ଯୁଦ୍ଧ ଜାହଜ ବିନ୍ଧ୍ୟଗିରି ଉଦଘାଟିତ ହୋଇଥିଲା । ଏହାରି ଭିତରେ ଭାରତ ନିର୍ମିତ ୬ଟି ଯୁଦ୍ଧଜାହଜ ନୌସେନାରେ ସାମିଲ ହୋଇସାରିଛି । ଭାରତ ଯୁଦ୍ଧ ଜାହଜ ନିର୍ମାଣରେ ଆତ୍ମନିର୍ଭର ହୋଇଥିବା କୁହାଯାଉଛି ।