ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣାକୁ ମାନସ ମଙ୍ଗରାଜଙ୍କ ସ୍ୱାଗତ
1 min readଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସବୁଠି ପ୍ରଶଂସା । ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାକୁ ସବୁ ମହଲରେ ପ୍ରଶଂସା କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କରିଛନ୍ତି ।
My deepest gratitude to Hon'ble CM Shri Naveen Patnaik for declaring Working Journalists of Odisha as Frontline COVID Warriors. This will benefit them immensely. It highlights the deep commitment & strong support of Hon'ble CM Shri Naveen Patnaik & Odisha Govt. for Journalists.
— Manas Mangaraj (@manasrmangaraj) May 2, 2021
ମାନସ ମଙ୍ଗରାଜ ଟ୍ୱିଟ୍ କରି ଲେଖିଛନ୍ତି, ଏହା ସାମ୍ବାଦିକମାନଙ୍କୁ ବିଶେଷ ଭାବେ ସହାୟକ ହେବ । ସାମ୍ବାଦିକମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଓ ଦୃଢ଼ ସହଯୋଗ ଥିବା କହିଛନ୍ତି ମାନସ ମଙ୍ଗରାଜ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟର ସାମ୍ବାଦିକମାନେ ସ୍ୱାଗତ କରିଛନ୍ତି ।
ଏଥିସହ ପଢ଼ନ୍ତୁ: ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ