ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡିରେ ମିଶିଲେ ବିଜେପି ଏବଂ କଂଗ୍ରେସର ବହୁ ନେତା ଓ କର୍ମୀ

ଖୋର୍ଦ୍ଧା: ରାଜ୍ୟରେ ଭାଙ୍ଗି ଚାଲିଛି ବିଜେପି ଓ କଂଗ୍ରେସର ସଂଗଠନ। କର୍ମୀମାନେ ଦଳ ଉପରେ ଆସ୍ଥା ହରାଇ ଦଳ ଛାଡ଼ୁଛନ୍ତି। ସାଧାରଣ ଲୋକଙ୍କ ସେବା କରିବା ଲାଗି ଏହି ସବୁ ଦଳ ଆଉ ରାଜ୍ୟରେ ପ୍ରକୃଷ୍ଠ ପ୍ଲାଟଫର୍ମ ହୋଇ ନାହିଁ ବୋଲି ସେମାନେ ବିଜେଡି ମୁହାଁ ହୋଇଛନ୍ତି। ମଙ୍ଗଳବାରଦିନ ଭୁବନେଶ୍ୱରର ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଏହା ସ୍ପଷ୍ଟ ଦେଖିବାକୁ ମିଳିଛି। ଏହି ସମାବେଶରେ ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଏକଦା କଂଗ୍ରେସ ଓ ବିଜେପିର ତୃଣମୂଳ ସଂଗଠନ ମଙ୍ଗ ଧରିଥିବା ତଥା ପୂର୍ବରୁ ପଞ୍ଚାୟତ ଓ ଜିଲ୍ଲା ପରିଷଦର ନେତୃତ୍ୱ ନେଇଥିବା ପ୍ରତିନିଧି ମାନେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ୍ ହୋଇଛନ୍ତି। ପଞ୍ଚାୟତ ନିର୍ବାଚନ ଆଉ ଅଳ୍ପ କିଛିଦିନ ବାକିଥିବାବେଳେ ଏହି ସମାବେଶ ତୃଣମୂଳ ରାଜନୀତିରେ ନୂଆ ସମୀକରଣ ସୃଷ୍ଟି କରିବ ବୋଲି ଆଶା କରାଯାଇଛି।

ବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ଗଣମାଧ୍ୟମ) ମାନସ ମଙ୍ଗରାଜଙ୍କ ପୌରୋହିତ୍ୟରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ରହି କଂଗ୍ରେସ ଓ ବିଜେପି ନେତୃବୃନ୍ଦଙ୍କୁ ଦଳକୁ ସ୍ୱାଗତ କରିଥିଲେ । ଏହି ଅବସରରେ ଦଳୀୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକୁ ଆଗେଇ ନେବାକୁ ତଥା ଦଳୀୟ ସଂଗଠନକୁ ମଜଭୁତ କରିବା ପାଇଁ ସାଂଗଠନିକ ସମ୍ପାଦକ ଶ୍ରୀ ଦାସ ଆହ୍ୱାନ ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ପ୍ରତାପ ଜେନା, ବରିଷ୍ଠ ନେତା ତଥା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର, ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରମିଳା ମଲ୍ଲିକ, ଖୋର୍ଦ୍ଧା ଜିଲ୍ଲା ବିଜେଡି ସଭାପତି ବିଭୂତି ବଳବନ୍ତରାୟ, ଖୋର୍ଦ୍ଧା ବିଧୟାକ ଜ୍ୟୋତିରିନ୍ଦ୍ରନାଥ ମିତ୍ର, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଖୋର୍ଦ୍ଧା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦଳେଇ ପ୍ରମୁଖ ଉପସ୍ଥିତ ରହି ଏହି ନବାଗତ ସଦସ୍ୟଙ୍କୁ ଦଳକୁ ସ୍ୱାଗତ କରି ଥିଲେ।

ମିଶ୍ରଣ ପର୍ବରେ ଟାଙ୍ଗୀ ବ୍ଳକର ଜନଜାଗରଣ ମହାମେଣ୍ଟ ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ଓ ନିରାକାରପୁର ପଞ୍ଚାୟତ ସମିତି ସଭ୍ୟ ବିପିନ୍ କୁମାର ଜୟସିଂହ, ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଶୁଭମ୍ ଦାସ, ରାମେଶ୍ୱର ସରପଞ୍ଚ ପ୍ରମୋଦ କୁମାର ତ୍ରିପାଠୀ, ବିଜେପିର ୯ନଂ ଜିଲ୍ଲା ପରିଷଦ ଜୋନ୍ ସଭ୍ୟା ମମତା ଜେନା, ଡିଆ ଗ୍ରାମ ପଞ୍ଚାୟତର ସରପଞ୍ଚ ମମତା ବେହେରା, ରାମେଶ୍ୱର ପଞ୍ଚାୟତ ସମିତି ସଭ୍ୟା ପ୍ରଭାସିନୀ ସ୍ୱାଇଁ ଉଜ୍ଜଳା ଗୋପୀନାଥପୁର ଗ୍ରାମପଞ୍ଚାୟତ ସରପଞ୍ଚ ମାନକୁସି ସରକାର, ଉଜ୍ଜଳା ଗୋପୀନାଥପୁର ପଞ୍ଚାୟତ ସମିତି ସଭ୍ୟା ସୁପ୍ରିୟା ମାଦଳ, ସୁନ୍ଦରପୁର ପଞ୍ଚାୟତ ସଭ୍ୟ ଯୁଧିଷ୍ଠିର ସାହୁ, ଭୁଷଣ୍ଡପୁର ପଞ୍ଚାୟତ ସମିତି ସଭ୍ୟ ରାଜ କିଶୋର ନାୟକ, ପୂର୍ବତନ ସରପଞ୍ଚ ପ୍ରଭାକର ରାଉତରାୟ, ପୂର୍ବତନ ପଞ୍ଚାୟତ ସମିତି ସଭ୍ୟ ବିନୋଦ ବିଶ୍ୱାଳ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ରଘୁନାଥ ମାଝି, ରୀନା ସାମଲ, ପାରିଓରଡ଼ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ପ୍ରଧାନ, ସରପାରି ପଞ୍ଚାୟତ ସମିତି ସଭ୍ୟ ପ୍ରଶାନ୍ତ ଦାସ, କାଶୀପୁର କୋ ଅପରେଟିଭ ସୋସାଇଟି ସଭାପତି ଲକ୍ଷ୍ଣଣ ନାୟକ, ରାମେଶ୍ୱର କୋ ଅପରେଟିଭ ସୋସାଇଟି ସଭାପତି ସୁଧାଂଶୁ ଶେଖର ତ୍ରିପାଠୀ, ବସନ୍ତ କୁମାର ରାଉତରାୟ, ପ୍ରଭାସ ଚନ୍ଦ୍ର ମଣ୍ଡଳ, ରାମେଶ୍ୱର ଓ୍ୱାର୍ଡ ସଭ୍ୟ ଜବର ଖାନ୍, ରାମେଶ୍ୱର ନାଏବ ସରପଞ୍ଚ ଗୀତାଞ୍ଜଳି ଛୋଟରାୟ, ବିଜେପି ୯ନଂ ଜୋନ୍‌ର ମଣ୍ଡଳ ସମ୍ପାଦକ ବିଜୟ ରାଉତରାୟ, ସସ୍ମିତା ବେହେରା, ସରପାରି ଗ୍ରାମ ପଞ୍ଚାୟତ ସରପଞ୍ଚ ଧନେଶ୍ୱର ବେହେରା ଓ ପ୍ରଫୁଲ୍ଲ ସାହୁଙ୍କ ସମେତ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଥିଲେ । ସେହିପରି ଜଟଣୀ ନିର୍ବାଚନ ମଣ୍ଡଳୀର ପ୍ରଦେଶ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ତଥା ପୂର୍ବତନ ସମିତି ସଭ୍ୟ ସରୋଜ କୁମାର ନାୟକ, ଛତାବର ଗ୍ରାମପଞ୍ଚାୟତ ସମିତି ସଭ୍ୟା ମୋହିନୀ ନାୟକ, କଂଗ୍ରେସର ପୂର୍ବତନ ସମିତି ସଭ୍ୟ ଦିଲ୍ଲୀପ କୁମାର ବେହେରା, କଂଗ୍ରେସ ଓ୍ୱାର୍ଡ ସଭ୍ୟ ଭାଗିରଥୀ ବେହେରା, ଅପର୍ତ୍ତୀ ସାହୁ, କଂଗ୍ରେସ ଦଳିତ ମହାସଂଘ ସଭାପତି ରଘୁନାଥ ନାୟକ, ପୂର୍ବତନ ଓ୍ୱାର୍ଡ ସଭ୍ୟ ପିଙ୍କୁ ବେହେରା, କଂଗ୍ରେସ ପୂର୍ବତନ ଓ୍ୱାର୍ଡ ସଭ୍ୟ ଭଗବାନ ନାୟକ, ପୁଷ୍ପଲତା ଜେନା, ଗୋବର୍ଦ୍ଧନ ମୁଦୁଲି, ଜ୍ୟୋତ୍ସାରାଣୀ ସାହୁ, କଂଗ୍ରେସ ଯୁବ ନେତା ପବିତ୍ର ଲେଙ୍କା, ମଦନପୁର ସମିତି ସଭ୍ୟା ଗୌରୀ ଦେହୁରୀ, କଂଗ୍ରେସ ଓ୍ୱାର୍ଡ ସଭ୍ୟ ରାଧୁ ନାୟକ ଓ କେଦାର ଲେଙ୍କାଙ୍କ ସମେତ ଶତାଧିକ କର୍ମୀ କଂଗ୍ରେସ ଓ ବିଜେପି ଦଳରୁ ଇସ୍ତଫା ଦେଇ ଆଜି ବିଜେଡିରେ ଯୋଗଦେଇଥିଲେ  । ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ରାଜ୍ୟ ସମ୍ପାଦକ ଅମରେଶ ଜେନା ଓ ଖୋର୍ଦ୍ଧା ନଗର ବିଜେଡି ସଭାପତି ମହମ୍ମଦ ଆରିଫଙ୍କ ସମେତ ବହୁ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Leave a Reply