ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା, ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

1 min read

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଆରମ୍ଭ ହେଉଛି ସମେଟିଭ୍-୨ ମାଟ୍ରିକ, ମଧ୍ୟମା ଓ ଓପନ୍ ସ୍କୁଲ ପରୀକ୍ଷା । ସକାଳ ୮ଟାରୁ ଦିନ ୧୦ ଟା ପର୍ଯ୍ୟନ୍ତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ୩ ହଜାର ୫୪୦ଟି କେନ୍ଦ୍ରରେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ସେଥିରୁ ୩୨୦୩ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୭୧ହଜାର ୯୦୯ ଜଣ ପରିକ୍ଷାର୍ଥୀ ସମେଟିଭ୍-୨ ପରୀକ୍ଷା ଦେବେ । ୯୩୭୮ ଜଣ ଓପନ୍ ସ୍କୁଲରେ ଓ ୪୪୪୩ ଜଣ ପରୀକ୍ଷାର୍ଥୀ ମଧ୍ୟମା ପରୀକ୍ଷା ଦେବେ ।

ପରୀକ୍ଷା ସୁପରିଚାଳନା ପାଇଁ ରାଜ୍ୟରେ ମୋଟ ୩୧୫ଟି ନୋଡାଲ ସେଣ୍ଟର କରାଯାଇଛି । ସେହିପରି ପରୀକ୍ଷାକୁ ଶୃଙ୍ଖଳିତ ଓ କପିଶୂନ୍ୟ କରିବା ପାଇଁ ୬୫ଟି ଫ୍ଲାଇଙ୍ଗ ସ୍କ୍ବାର୍ଡ ଓ ୩୮ଟି ସ୍ପେଶାଲ ସ୍କ୍ବାର୍ଡ ଗଠନ କରାଯାଇଛି । ପରୀକ୍ଷା ପ୍ରଶ୍ନ ପତ୍ର ଓ ଉତ୍ତର ଖାତା ରଖିବା ପାଇଁ ସାରା ରାଜ୍ୟରେ ୩୧୫ ଗୋଟି ନୋଡାଲ ସେଣ୍ଟର କରାଯାଇଛି । ସେଥିରୁ ୨୧ଟି ପୋଲିସ ଷ୍ଟେସନରେ ନୋଡାଲ ସେଣ୍ଟର ରହିଛି । ଅନ୍ୟପଟେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ପରୀକ୍ଷା କେନ୍ଦ୍ରରେ ପ୍ରଚୁର ପରିମାଣର ପାଣି, ଓଆରଏସ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।