ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ କରାଯାଇଥିବା ସନ୍ଦେହ

ନନ୍ଦିଘୋଷ ବ୍ୟୁରୋ: ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ଅନ୍ତର୍ଗତ ଏକ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଜବତ କରିଛି ପୋଲିସ । ଗତ ୧୪ ତାରିଖ ଦିନ ସ୍ଥାନୀୟ ଲୋକେ ଜଙ୍ଗଲକୁ ପତ୍ର ତୋଳିବା ପାଇଁ ଯାଇଥିବା ବେଳେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ଖବର ପାଇ ମୋରଡା ଥାନା ଅଧିକାରୀଙ୍କ ସହ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ତଦନ୍ତ ଜାରି ରଖିଛି । ଗତ ୧୨ ତାରିଖ ଦିନ ବାପଘରୁ ମହିଳା ଜଣକ କେଉଁଆଡେ ଚାଲିଯାଇଥିବା ଅଭିଯୋଗ କରିଥିଲେ ମୃତ ମହିଳାଙ୍କ ମା’ ।  ମହିଳା ଜଣଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି।