ମେଡିକାଲ ସିଟ୍ ଦେବା ନାଁରେ ୩୦ ଲକ୍ଷ ଠକେଇ, ବନ୍ଧା ହେଲେ ଠକ
ଭୁବନେଶ୍ୱର: ମେଡିକାଲ କଲେଜରେ ସିଟ୍ ଦେବା ନାଁରେ ଠକେଇ । ଦୁଇଜଣ ଠକଙ୍କୁ ଗିରଫ କଲା ଇନଫୋସିଟି ପୋଲିସ । ଦୁଇ ଠକ ହେଉଛନ୍ତି କଲିକତାର ଅମିତ ବାନାର୍ଜୀ ଓ ବିହାରର ବିକାଶ କୁମାର । ମେ 5 ରେ ପଲ୍ଲବୀ ସାହା ନାମକ ଯୁବତୀ ଠକେଇର ଶିକାର ହୋଇଥିବା ନେଇ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ତଦନ୍ତ କରିଥିଲା ପୋଲିସ । ଇନଫୋସିଟି ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେରେ ସିଟ ଦେବାକୁ କହି ଟଙ୍କା ଠକିଥିଲେ ଠକ । 30 ଲକ୍ଷ ଟଙ୍କା ଠକେଇ ନେଇ ଅଭିଯୋଗ କରିଥିଲେ ପଲବୀ ।
ଗିରଫ ପରେ ଦୁଇ ଅଭିଯୁକ୍ତଙ୍କ ପାଖରୁ 11 ଲକ୍ଷ ଜବତ ହୋଇଛି । 10 ବର୍ଷ ହେଲାଣି ଦୁଇ ଠକ ଲୋକଙ୍କୁ ଠକୁଥିବା ନେଇ ସୂଚନା ମିଳିଛି । ମେଡ଼ିକାଲ ପରୀକ୍ଷାର ରେଜଲ୍ଟ ଲିଷ୍ଟ ବାହାରିବା ପରେ ଛାତ୍ରଛାତ୍ରୀଙ୍କୁ ଯୋଗାଯୋଗ କରୁଥିଲେ । ପ୍ରାଙ୍କ କଲ ଆପ ଜରିଆରେ ଫୋନ କରୁଥିଲେ ଠକ । ପ୍ରାଙ୍କ କଲ ଆପରେ କଲ୍ କଲେ ଟ୍ରୁ କଲରରେ କୌଣସି ନାଁ ଆସୁ ନଥିଲା । ଫେକ ଅଧାର କାର୍ଡ଼ ଓ କାଗଜପତ୍ର ବ୍ୟବହାର କରି ଫ୍ଲାଇଟରେ ଆସୁଥିଲେ ଓ ହୋଟେଲରେ ରହୁଥିଲେ । ବିଭିନ୍ନ ରାଜ୍ୟରେ ଠକିଥିବା ନେଇ ଅଭିଯୋଗ ରହିଛି ଏମାନଙ୍କ ନାଁରେ । ୨ ଠକଙ୍କୁ ରିମାଣ୍ଡରେ ଆଣି ଜେରା କରାଯିବ ବୋଲି ଭୁବନେଶ୍ୱର ଡ଼ିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।