ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସ୍ମାରକୀ: ମୁଖ୍ୟମନ୍ତ୍ରୀ

1 min read
Memorial To Build In Memory Of Martyred Covid Warrior In Bhubaneswar

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସହିଦ କୋଭିଡ୍ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା କରି ସମବେଦନା ଜଣାଇଛନ୍ତି । ସହିଦଙ୍କ ତ୍ୟାଗ କେବେ ହେଲେ ବିଫଳ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । କୋଭିଡ୍ ବିରୋଧରେ ଏହି ଲଢେଇରେ ଆମେ ନିଶ୍ଚିୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢତାର ସହ କହିଛନ୍ତି । ଏଥିସହ ସହିଦ କୋଭିଡ୍ ଯୋଦ୍ଧାଙ୍କ ତ୍ୟାଗର ସ୍ମୃତି ରକ୍ଷା ପାଇଁ ଭୁବନେଶ୍ୱରରେ ଏକ ସ୍ମାରକୀ ପ୍ରତିଷ୍ଠା କରାଯିବ ।

Memorial To Build In Memory Of Martyred Covid Warrior In Bhubaneswar

ଏଥିରେ ସହିଦ ହୋଇଥିବା ସବୁ କୋଭିଡ୍ ଯୋଦ୍ଧାଙ୍କ ନାମ ଲିପିବଦ୍ଧ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ‘ଆପଣଙ୍କ ପରିବାରର ତ୍ୟାଗକୁ ଏ ଜାତି ସବୁବେଳେ ସମ୍ମାନର ସହ ମନେ ରଖିବ ।’ ମୁଖ୍ୟମନ୍ତ୍ରୀ କହିଛନ୍ତି- ୨୦୨୦ ଥିଲା ମାନବ ଇତିହାସର ଏକ ସଂକଟମୟ ବର୍ଷ । ସାରା ବିଶ୍ୱ ସହ ଓଡ଼ିଶା ମଧ୍ୟ ଏହି ସଂକଟର ସାମନା କରିଛି ଏବଂ ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାଙ୍କ ନିଷ୍ଠା, ତ୍ୟାଗ ଓ ସେବା ଯୋଗୁ ଆମେ ଆଜି ଭଲ ସ୍ଥିତିରେ ରହିଛୁ ।

Memorial To Build In Memory Of Martyred Covid Warrior In Bhubaneswar

ଏହି ଯୁଦ୍ଧରେ ଆମର ୧୦୦ରୁ ଅଧିକ କୋଭିଡ୍ ଯୋଦ୍ଧା ସହିଦ ହୋଇଛନ୍ତି । ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଥିଲେ । ସହିଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ କହିଥି- ସରକାର ଆପଣମାନଙ୍କ ସହିତ ଅଛନ୍ତି । ଏ ଶୂନ୍ୟତା କେବେ ବି ପୂରଣ କରିହେବ ନାହିଁ । ଆମେ କେବଳ ଆପଣମାନଙ୍କୁ ଏତିକି ସହାୟତା କରିପାରିବୁ ଯେଉଁଥିରେ ସେମାନଙ୍କୁ ପରିବାରର ସଦସ୍ୟଙ୍କ ପରଲୋକ ଯୋଗୁଁ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହେବେ । ସରକାର ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି ।

Memorial To Build In Memory Of Martyred Covid Warrior In Bhubaneswar

ମାଲକାନଗିରି, କଟକ, ବରଗଡ଼, ବାଲେଶ୍ୱର ଓ ଗଞ୍ଜାମରେ ଉପସ୍ଥିତ ସହିଦ କୋଭିଡ ଯୋଦ୍ଧାଙ୍କ ପରିବାର ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ସହିଦ ମାନଙ୍କ ପରିବାରବର୍ଗ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧା ଓ ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଛନ୍ତି । ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ କହିଥିଲେ- ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ତତ୍ତ୍ୱାବଧାନରେ ଓଡ଼ିଶା ସଫଳତାର ସହ କୋଭିଡ୍ ଯୁଦ୍ଧର ମୁକାବିଲା କରିପାରିଛି । ୧୦ ଲକ୍ଷ ପ୍ରବାସୀ ଓଡ଼ିଆଙ୍କ ଆଗମନ ସମୟରେ ରାଜ୍ୟର ପରିଚାଳନା ଉଲ୍ଲେଖନୀୟ ଥିଲା ବୋଲି ସେ କହିଛନ୍ତି । ଆମର ସଠିକ୍ ଯୋଜନା ଓ ସମସ୍ତ କର୍ମଚାରୀଙ୍କ ନିଷ୍ଠାପର ଉଦ୍ୟମ ଯୋଗୁଁ କୋଭିଡ୍ ଯୁଦ୍ଧରେ ସଫଳତା ମିଳିପାରିଛି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।

Memorial To Build In Memory Of Martyred Covid Warrior In Bhubaneswar

ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କହିଛନ୍ତି- ଓଡ଼ିଶା ଅତ୍ୟନ୍ତ ସଫଳତାର ସହ କୋଭିଡ୍ ଯୁଦ୍ଧର ମୁକାବିଲା କରିଛି । ଏଥିରେ ୧୦୧ ଜଣ କୋଭିଡ ଯୋଦ୍ଧା ସହିଦ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୯୬ ଜଣ ସହିଦଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦିଆଯାଇଛି । ଆସନ୍ତା ୨ ଦିନ ମଧ୍ୟରେ ବାକି ୫ ଜଣ ସହିଦଙ୍କ ପରିବାରକୁ ସହାୟତା ଦିଆଯିବ । ଏହି କାର୍ଯ୍ୟକ୍ରମରେ କୋଭିଡ୍ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ସମ୍ପର୍କରେ ଏକ ଭିଡିଓ ଚିତ୍ର ପଦର୍ଶନ କରାଯାଇଥିଲା । ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ(5T) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନା କରିଥିଲେ ।

Leave a Reply