ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, କମିବ ଥଣ୍ଡା

1 min read

ଭୁବନେଶ୍ୱର: କମିବ ଶୀତ, ବଢିବ ବର୍ଷା । ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବ । ପଶ୍ଚିମା ପବନ ପ୍ରଭାବରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଠାରୁ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ । ୨ ଓ ୩ ତାରିଖ ପାଇଁ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାରେ ବର୍ଷା ହେବ । ସେହିପରି ୪ ତାରିଖରେ ସାରା ରାଜ୍ୟରେ ବର୍ଷା ହେବ । ଏଥିପାଇଁ ୧୧ ଟି ଜିଲ୍ଲାକୁ ୟେଲୋ ଆର୍ଲଟ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଅନୁଗୁଳ, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ ।ଆଜି ରାତି କିମ୍ବା ଆସନ୍ତାକାଲି ସକାଳୁ ଭୁବନେଶ୍ୱରରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମୟରେ ଦିନର ତାପମାତ୍ରା ୧ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ । ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ କମ ରହିବ । ୬ ତାରିଖ ପରଠାରୁ ପୁଣି ଶୀତ ବଢିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

https://nandighoshatv.com/—-/

Leave a Reply