ବିଧାନସଭାରେ ଉଠିଲା ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଂଗ: ଜାଣନ୍ତୁ କ’ଣ ଉତ୍ତର ରଖିଲେ ମନ୍ତ୍ରୀ

1 min read

ଭୁବନେଶ୍ୱର: ବିଧାନସଭାରେ ଉଠିଲା ଟ୍ବିନ୍‌ ସିଟି ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ । ଭୁବନେଶ୍ୱର-କଟକ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଏବେ କୌଣସି ପ୍ରସ୍ତାବ ନାହିଁ କି ଏଥିପାଇଁ କୌଣସି କମ୍ପାନୀକୁ ଅର୍ଥ ଦିଆଯାଇ ନାହିଁ । ଭୁବନେଶ୍ୱର କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ସର୍ଭେ କରାଯାଇ ଟେଣ୍ଡର ହୋଇଥିଲା । ଏଥିରେ 5ଟି କମ୍ପାନୀ ଭାଗ ନେଇଥିଲେ ।  ଵାଲାଜୀ ରେଲ ଆଣ୍ଡ ରୋଡ୍‌ ବର୍ଷାଲିକୁ ସର୍ଭେ ପାଇଁ ଟେଣ୍ଡର ଦିଆଯାଇଥିଲା । ଖୋର୍ଦ୍ଧା ଓ ଜଟଣୀ ପର୍ଯ୍ୟନ୍ତ ମେଟ୍ରୋ ଚଳାଇବା ପାଇଁ ଆମେ ପ୍ରସ୍ତାବ ଦେଇଥିଲୁ । ପୁଣି ଥରେ ସର୍ଭେ କରିବା ପାଇଁ ଆମେ ଦାବି କରିବୁ  । କଟକରୁ ଚଣ୍ଡୀଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ୍‌ ସମ୍ପ୍ରସାରଣ ପାଇଁ ପ୍ରସ୍ତାବ ଦିଆଯିବ । 2041 ପର୍ଯ୍ୟନ୍ତ ଟୁଇନ ସିଟିରେ ମେଟ୍ରୋ ଟ୍ରେନ ଗଡ଼ିବା ଅସମ୍ଭବ । ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନଥିବାରୁ ଏହାକୁ ଆଗକୁ ଯାଇପାରୁନି । ଏହି ସର୍ଭେ ପାଇଁ କେନ୍ଦ୍ର ସରକାର ୧୨ ଲକ୍ଷ ୬୧ ହଜାର ଦେଇଥିବା ବେଳେ ରାଜ୍ୟ ସରକାର ୫୨ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ । ବିଧାନସଭାରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି । ସେପଟେ ବିଧାନସଭାରେ ଅନ୍ୟ ସଦସ୍ୟମାନେ ପୁଣି ଏହି ସର୍ଭେ କରିବା ପାଇଁ ଦାବି ରଖିଛନ୍ତି ।

ଏଥିସହିତ ପଢ଼ନ୍ତୁ: ଖାଇବାକୁ ଗଲା ମୂଷା, ଫସିଗଲା ନାଗ

Leave a Reply