ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୬ ଜିଲ୍ଲାର ମିଶନ ଶକ୍ତି ମା’, ପ୍ରଶଂସା କଲେ 5T ସଚିବ
1 min read
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୬ ଜିଲ୍ଲାର ମିଶନ ଶକ୍ତି ମା’ । ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମହିଳା । ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ ମାନଙ୍କୁ ଜାତୀୟ ପତାକା ତିଆରି ଦାୟିତ୍ବ ଦେଇଥିଲେ ମୁଖ୍ୟମନ୍ତ୍ରୀ ।
ସେମାନଙ୍କ ଉପରେ ଭରସା ରଖି ଏପରି ଗୁରୁଦାୟିତ୍ବ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହି ଅବସରରେ ମିଶନ ଶକ୍ତିର ମା’ ମାନଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ । ମହିଳା ମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି । ଏହି ଗୁରୁତ୍ବପୂର୍ଣ୍ଣ ଅବଦାନ ଯୋଗୁଁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ସବୁବେଳେ ରହିବେ ବୋଲି କହିଛନ୍ତି ମିଶନ ଶକ୍ତିର ସଦସ୍ୟ ।