ନବୀନଙ୍କୁ ଭେଟିଲେ ୪ ଜିଲ୍ଲାର ମିଶନ ଶକ୍ତି ମା’

1 min read

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଲେ 4 ଜିଲ୍ଲାର ମିଶନ ଶକ୍ତି ମା। ଆଜି ସଂଧ୍ୟାରେ ନବୀନ ନିବାସ ଠାରେ ଢେଙ୍କାନାଳ, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି ।

ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ । ମିଶନ ଶକ୍ତି ସଦସ୍ୟମାନଙ୍କ ଔଦ୍ୟୋଗିକ ସାମର୍ଥ୍ୟ ଉପରେ ଆସ୍ଥା ପ୍ରକଟ କରି ଏହି ଗୁରୁଦାୟିତ୍ବ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି ମିଶନ ଶକ୍ତି ମା ।

ସେପଟେ ଏଭଳି ଏକ ଗୁରୁ ଦାୟିତ୍ୱକୁ ସୂଚାରୁ ରୁପେ ନିର୍ବାହ କରି ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି  । ଫାଇଭ୍-ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚ ପ୍ରଶଂସା କରିବା ସହ  ଭଲ କାମ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି  ।