ମୁଖ୍ୟମନ୍ତ୍ରୀଙ୍କ ମିଶନ ଶକ୍ତି ସ୍କୁଟର ଯୋଜନା, କ୍ୟାବିନେଟରେ ପ୍ରସ୍ତାବ ଅନୁମୋଦନ ପରେ ଖୁସି ପ୍ରକାଶ କଲେ ସଦସ୍ୟା

ଭୁବନେଶ୍ୱର: ଆହୁରି ସଶକ୍ତ ହେବ ମିଶନ ଶକ୍ତି । ମିଶନ ଶକ୍ତି ମହିଳାମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମିଶନ ଶକ୍ତି ସ୍କୁଟର ଯୋଜନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ମିଶନ ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ମଂଜୁରି ମିଳିଛି । ଏହି ଯୋଜନା ମାଧ୍ୟମରେ ଯୋଗ୍ୟ ମିଶନ ଶକ୍ତି ସଦସ୍ୟାମାନେ ସେମାନେ ନିଜ ପସନ୍ଦ ମୁତାବକ ସ୍କୁଟର କିଣିବା ପାଇଁ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ଫେରସ୍ତ ପାଇବେ । ରାଜ୍ୟରେ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାମାନଙ୍କୁ ସହଯୋଗ ଯୋଗାଇବା ପାଇଁ ପଞ୍ଚାୟତଠାରୁ ଜିଲ୍ଲା ପର୍ଯ୍ୟନ୍ତ ମହାସଂଘର ସ୍ଥାପନା କରାଯାଇଛି ।

ମହାସଂଘ ପ୍ରତିନିଧି ଓ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କର ଆର୍ଥିକ ଅନ୍ତର୍ଭୁକ୍ତିକରଣ, ଦକ୍ଷତା ବୃଦ୍ଧି ତାଲିମ, ଜୀବିକା ପ୍ରୋତ୍ସାହନ ଏବଂ ବଜାର ସଂଯୋଗୀକରଣ ଦିଗରେ ଗୁରୁତ୍ବପୂର୍ଣ୍ଣ ସେବା ଯୋଗାଇ ଦେଉଛନ୍ତି । ରାଜ୍ୟରେ ମହିଳା ସଶକ୍ତିକରଣ ଦିଗରେ ସେମାନଙ୍କର ଅବଦାନକୁ ସୀକୃତି ଦେବା ସହ ସେମାନଙ୍କୁ ନିଜ କାର୍ଯ୍ୟ ତୁଲାଇବାକୁ ଆହୁରି ସୁଗମ କରିବା ପାଇଁ ରାଜ୍ୟ ସରକାର ସ୍କୁଟର କିଣିବା ଉପରେ ଋଣର ସୁଦ୍ଧ ଛାଡ଼ ଘୋଷଣା କରାଯାଇଛି । ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ମିଶନ ଶକ୍ତି ସଦସ୍ୟା ।