spot_img

Latest Posts

ଜାତିସଂଘ ସାଧାରଣ ପରିଷଦରେ ଉଦ୍‌ବୋଧନ ଦେବାକୁ ନ୍ୟୁୟର୍କରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନ୍ୟୁୟର୍କ: ଜାତିସଂଘ ସାଧାରଣ ପରିଷଦ୍‌ର ୭୬ତମ ଅଧିବେଶନରେ ଉଦ୍‌ବୋଧନ ଦେବା ଲାଗି ଶୁକ୍ରବାର ସନ୍ଧ୍ୟାରେ (ନ୍ୟୁୟର୍କର ସ୍ଥାନୀୟ ସମୟ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟୁୟର୍କରେ ପହଞ୍ଚିଛନ୍ତି । ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ସାକ୍ଷାତ୍‌ କରିବା ପରେ ହ୍ବାଇଟ୍‌ ହାଉସ୍‌ରେ ଆୟୋଜିତ ‘କ୍ବାଡ୍‌ ଶିଖର ସମ୍ମିଳନୀ’ରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୱାସିଂଟନ୍‌ରୁ ନ୍ୟୁୟର୍କ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେ।

ଏ ସଂକ୍ରାନ୍ତରେ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ନ୍ୟୁୟର୍କ ସହରରେ ଅବତରଣ କଲି। ୨୫ ତାରିଖ ସନ୍ଧ୍ୟା ୬.୩୦ରେ ଜାତିସଂଘ ସାଧାରଣ ପରିଷଦ୍‌ ବୈଠକରେ ଭାଷଣ ଦେବି।

ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରାଳୟର ମୁଖପାତ୍ର ଅରିନ୍ଦମ ବାଗ୍‌ଚି ମଧ୍ୟ ଟୁଇଟ୍‌ କରି ଲେଖିଛନ୍ତି, ଧନ୍ୟବାଦ ୱାସିଂଟନ୍‌! ନ୍ୟୁୟର୍କ ଅଭିମୁଖେ ବାହାରିଛୁ। ଐତିହାସିକ ‘କ୍ବାଡ୍‌ ନେତାଙ୍କ ଶିଖର ସମ୍ମିଳନୀ’ ଏବଂ ଯୁକ୍ତରାଷ୍ଟ୍ର ଆମେରିକା, ଅଷ୍ଟ୍ରେଲିଆ ଏବଂ ଜାପାନ ସହ ଦ୍ବିପାକ୍ଷିକ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ନ୍ୟୁୟର୍କ ଗସ୍ତ ଆରମ୍ଭ କରିଛନ୍ତି।

Latest Posts

Don't Miss