spot_img

Latest Posts

ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର: ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୋସୁମୀ ବାୟୁ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବା ପରେ ଅନ୍ୟ ଅଞ୍ଚଳଗୁଡିକୁ ସ୍ପର୍ଶ କରିବ। ଓଡ଼ିଶାରେ ମୌସୁମୀ ବାୟୁ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି। ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ସମୟର ଦୁଇ ଦିନ ପୂର୍ବରୁ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଅନ୍ୟପଟେ ଗତକାଲି ରାଜ୍ୟର ୪ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ଆସନ୍ତା ୨୪ ଘଣ୍ଟା ଭିତରେ ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ବରଗଡରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Latest Posts

Don't Miss