ଇତିହାସ ରଚିଲା ଭାରତ, ସଫଳ ହେଲା ମୁନ୍ ମିଶନ
1 min read
ନନ୍ଦିଘୋଷ ବ୍ୟୁରୋ: ସଫଳ ହେଲା ଭାରତର ମୁନ ମିଶନ । ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କଲା ଚନ୍ଦ୍ରଯାନ-୩ । ଭାରତ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ କରିଛି ଅବତରଣ । ତେବେ ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଭାରତ ହେଉଛି ଚତୁର୍ଥ ଦେଶ । ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଇସ୍ରୋ ବୈଜ୍ଞାନିକ ଓ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହା ଭାରତର ଉଦୟର କ୍ଷଣ ବୋଲି ସେ କହିଛନ୍ତି ।