ରାଜ୍ୟରେ ଦିନକରେ ୪୫ ଜଣଙ୍କ ମୁଣ୍ଡ ନେଲା କରୋନା
1 min readଭୁବନେଶ୍ୱର: କମୁଛି ସଂକ୍ରମଣ, ଥମୁନି ମୃତ୍ୟୁ । ରାଜ୍ୟରେ କରୋନାରେ ଦୈନିକ ୪୦ରୁ ଅଧିକ ଆକ୍ରାନ୍ତ ମୃତ୍ୟୁବରଣ କରୁଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୫ ଜଣ କରୋନା ଆକ୍ରାନ୍ତ ଜୀବନ ହାରିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୪ ହଜାର ୬୩କୁ ବୃଦ୍ଧି ପାଇଛି ।
3.A 62 years old Male of Balasore District who was also suffering from Diabetes Mellitus.
4.A 70 years old Female of Baragarh District who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) July 1, 2021
ଅନୁଗୁଳ ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ୩ ଜଣ, ଭୁବନେଶ୍ୱରରୁ ୫ ଜଣ, କଟକରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ ଜଣ, ଯାଜପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୪ ଜଣ, ମୟୂରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୫ ଜଣ, ପୁରୀରୁ ୫ ଜଣ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।