୭୦୦ ଡେଇଁଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୭୩୭ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ଏନେଇ ସୂଚନା ଦିଆଯାଇଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଥିବା ବେଳେ ୩ଜଣଙ୍କ ମୃତ୍ୟୁ ହୋଇଛି । ୫୬୮ଟି ସକ୍ରିୟ ସଂକ୍ରମିତ ମାମଲା ରହିଥିବା ବେଳେ ୧୬୬ଜଣ ସୁସ୍ଥ ହୋଇ ଫେରିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୩୧, ଗଞ୍ଜାମରୁ ୧୩, କେନ୍ଦ୍ରାପଡ଼ାରୁ ୪, ମୟୂରଭଞ୍ଜରୁ ୨, କଟକରୁ ୬, ପୁରୀରୁ ୪, ନୟାଗଡ଼ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କେନ୍ଦ୍ରାପଡ଼ାରୁ ଚିହ୍ନଟ ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ମାର୍ଶାଘାଇ ବ୍ଲକର ହୋଇଥିବା ବେଳେ ଜଣେ ମହାକାଳପଡ଼ା ବ୍ଲକର । ସମସ୍ତେ ସୁରତରୁ ଫେରିବା ପରେ କ୍ୱାରେଣ୍ଟାଇନରେ ଥିଲେ ବୋଲି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ୩ କରୋନା ପଜିଟିଭ୍ କେସରୁ ଜଣେ ଖୋର୍ଦ୍ଧା ପୌରାଞ୍ଚଳର ହୋଇଥିବା ବେଳେ ଅନ୍ୟ ୨ ଜଣ ବାଣପୁର ଅଞ୍ଚଳର ବୋଲି ସୂଚନା ମିଳିଛି ।

Leave a Reply