spot_img

Latest Posts

ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ ଏବଂ ଅଙ୍ଗନବାଡ଼ି, ପାଣି ଓ ଓଆରଏସ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ । ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି ।  ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆଜିଠାରୁ ବିଦ୍ୟାଳୟ ଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ।  ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି ।

ଏହି ସମୟରେ ପାନୀୟ ଜଳ, ଓଆରଏସ୍ ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।   ଜିଲ୍ଲାପାଳମାନେ ନିଜ ଜିଲ୍ଲାର ପାଗର ସ୍ଥିତି ନେଇ ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ ବୋଲି କୁହାଯାଇଛି ।

ଆଜିଠୁ ଅଙ୍ଗନବାଡ଼ି ମଧ୍ଯ ସକାଳୁ ଆରମ୍ଭ ହୋଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ଅଙ୍ଗନବାଡି କେନ୍ଦ୍ର ସକାଳୁଆ ଚାଲିବା ନିଷ୍ପତ୍ତି ନେଇଛି ମହିଳା ଶିଶୁ ବିକାଶ ବିଭାଗ । ସକାଳ ୭ଟାରୁ ୧୧ଟା ୩୦ ଯାଏ ଚାଲିବ ଅଙ୍ଗନବାଡ଼ି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆରଏସ୍ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

ରାଜ୍ୟରେ କ୍ରମାଗତ ଭାବେ ବହୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ଵୟ ରକ୍ଷାକରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ୱତନ୍ତ୍ର ଚିକିତ୍ସା କମିଶନରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Latest Posts

Don't Miss