ରାଜ୍ୟ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଐତିହାସିକ ଦିନ: କ୍ୟାନସର୍ ହସ୍ପିଟାଲ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷର

1 min read

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଐତିହାସିକ ଦିନ । ରାଜ୍ୟ ସରକାର ଏବଂ ଶ୍ରୀଶଙ୍କର କ୍ୟାନସର ଇନ୍‌ଷ୍ଟିଚ୍ୟୁଟ୍ କରୁଣାଶ୍ରୟ ପାଲିଏଟିଭ୍ କେୟାର ସେଣ୍ଟର ଏବଂ ସୁସ୍ମିତା ବାଗଚୀ ମଧ୍ୟରେ ଭୁବନେଶ୍ୱରେ କ୍ୟାନସର ହସ୍ପିଟାଲ ସ୍ଥାପନ ନେଇ ବୁଝାମଣା ପତ୍ର ସ୍ୱାକ୍ଷରିତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଅପରପକ୍ଷରେ ସୁସ୍ମିତା ବାଗଚୀ ଏବଂ ସୁବ୍ରତୋ ବାଗଚୀଙ୍କ ଏହି ସହଯୋଗ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟ ମୁଖ୍ୟ ଶାସନ  ସଚିବ ।

ସୂଚନା ଯୋଗ୍ୟ ଯେ, ରାଜଧାନୀ ଭୁବନେଶ୍ୱରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ । ବାଗ୍‌ଚୀ-ଶ୍ରୀଶଙ୍କର କର୍କଟ ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ୍ । ୨୦୨୪ ସୁଦ୍ଧା ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ । ପ୍ରାଥମିକ ପର୍ଯ୍ୟାୟରେ ୨୫୦ ଶଯ୍ୟାରେ ରୋଗୀଙ୍କୁ ଚିକିତ୍ସା ସେବା ମିଳିବ । ପରେ ଏହା ୫ଶହ ଶଯ୍ୟାକୁ ସମ୍ପ୍ରସାରିତ ହେବ । ଏହି କ୍ୟାନସର ହସ୍ପିଟାଲ ପାଇଁ ସୁବ୍ରୋତ ବାଗଚୀ ଓ ସୁସ୍ମିତା ବାଗଚୀ ୨୧୦ କୋଟି ଟଙ୍କା ସହାୟତା କରିବେ । ସେହିପରି ଭୁବନେଶ୍ୱରରେ କରୁଣାଶ୍ରୟ ପାଲିଏଟିଭ୍ କେୟାର ସେଣ୍ଟର ମଧ୍ୟ ପ୍ରତିଷ୍ଠା ହେବ । ପ୍ରଥମ କରି ରାଜ୍ୟରେ ପ୍ରତିଷ୍ଠା ହେଉଥିବା ଏହି ଅନୁଷ୍ଠାନ ପାଇଁ ବାଗଚୀ ଦମ୍ପତି ୧୩୦ କୋଟି ଦେବେ । ଏ ଦୁଇ ସ୍ୱାସ୍ଥ୍ୟସେବା ଅନୁଷ୍ଠାନ ପାଇଁ ସୁବ୍ରତୋ ବାଗଚୀ ଓ ସୁସ୍ମିତା ବାଗଚୀ ମୋଟ ୩ଶହ ୪୦ କୋଟି ଟଙ୍କା ଅନୁଦାନ ଦେବେ । ଏହି କ୍ୟାନସର ହସ୍ପିଟାଲ ନିର୍ମାଣ ହେବା ପରେ ରାଜ୍ୟରେ ହଜାର ହଜାର ସଂଖ୍ୟାରେ ରୋଗୀ ଉପକୃତ ହେବେ ।

Leave a Reply