ସହରରେ ଜମୁଛି ପ୍ରଚାର, ପ୍ରଚାର ମଇଦାନକୁ ଓହ୍ଲାଇଲେଣି ହେଭିଓ୍ୱେଟ୍

ଭୁବନେଶ୍ୱର: ଚାଲିଛି ପୌର ନିର୍ବାଚନ ପାଇଁ ପ୍ରଚାର । ପୌର ନିର୍ବାଚନ ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି ୩ ପ୍ରମୁଖ ରାଜନୈତିକ ଦଳ । ନିଜ ନିଜର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ପ୍ରଚାର ଜୋରଦାର କରିଛନ୍ତି ୩ ପ୍ରମୁଖ ରାଜନୈତିକ ଦଳ । ସଭା ସମିତିରେ କମ୍ପୁଛି ସହର । ଘରକୁ ଘର ବୁଲି ପ୍ରଚାର କରୁଛନ୍ତି ୩ ପ୍ରମୁଖ ରାଜନୈତିକ ଦଳ । ଏନଏସି ଅଧ୍ୟକ୍ଷଠୁ ନେଇ ମେୟର ପଦ ପର୍ଯ୍ୟନ୍ତ ତାତିଲାଣି ସହର । ପଞ୍ଚାୟତ ନିର୍ବାଚନରେ ବିରୋଧୀ ପରାଜୟ ଗ୍ରହଣ କରିଥିବାରୁ ପୌରରେ ସମ୍ମାନ ବଞ୍ଚାଇବା ପାଇଁ ଲାଗିପଡ଼ିଛନ୍ତି ।

ପୌର ନିର୍ବାଚନ ପାଇଁ ପ୍ରଚାରର ଆଗରେ ରହିଛି ବିଜୁ ଜନତା ଦଳ । ସୋସିଆଲ ମିଡିଆରେ ପ୍ରଚାରକୁ ବି ଅଧିକ ଫୋକସ କରିଛି ବିଜେଡି । ଘରକୁ ଘର ବୁଲି ପ୍ରଚାର କରୁଛନ୍ତି ପ୍ରାର୍ଥୀ । ୩ଟି ମହାନଗର ନିଗମ ଓ ସମସ୍ତ ପୌରାଞ୍ଚଳ ବିଜେଡି ଦଖଲ କରିବ ବୋଲି ଦୃଢକ୍ତି ପ୍ରକାଶ କରିଛି । ଯଦି ଭୁବନେଶ୍ବର କଥା କହିବା ତାହାଲେ ବିଜେଡି ମେୟର ପ୍ରାର୍ଥୀ ସୁଲୋଚନା ଦାସ ଜୋରଦାର ପ୍ରଚାର କରୁଛନ୍ତି । ଭୁବନେଶ୍ୱର ମହାନଗର ନିଗମର ବିଭିନ୍ନ ଓ୍ୱାର୍ଡର କର୍ପୋରେଟର ପ୍ରାର୍ଥୀଙ୍କ ସହ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି ସୁଲୋଚନା ଦାସ ।