ଅନବସର ଗୁପ୍ତନୀତି ପରେ ଆଜି ଦର୍ଶନ ଦେବେ ମହାପ୍ରଭୁ, ମଙ୍ଗଳ ଆଳତି ପରେ ମିଳିବ ଦୁର୍ଲଭ ଦର୍ଶନ

ପୁରୀ: ଆଜି ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ । ଅନବସର ଗୁପ୍ତନୀତି ଶେଷ ପରେ ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ସକାଳେ ମଙ୍ଗଳ ଆଳତି ପରେ ସାଧାରଣ ଦର୍ଶନ ବ୍ୟବସ୍ଥା କରାଯାଇଛି । ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ । ସକାଳ ୯ଟାରୁ ୧୦ଟା ୩୦ ସର୍ବସାଧାରଣ ଦର୍ଶନ । ସେହିପରି ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ରୁ ସାଢେ ୬, ରାତି ୯ରୁ ୧୦ଟା ୩୦ ଓ ରାତି ୧୧ଟା ୩୦ରୁ ୧୨ଟା ୩୦ ଯାଏ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ସାଧାରଣ ଭକ୍ତ ।

ବିଶେଷ ନୀତି ପାଇଁ ସକାଳ ୧୦ଟା ୩୦ରୁ ଅପରାହ୍ନ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଓ ସନ୍ଧ୍ୟା ୬ଟା ୩୦ରୁ ରାତି ୯ ଟା ଯାଏ ଏବଂ ରାତି ୧୦ଟା ୩୦ରୁ ୧୧ଟା ୩୦ ଯାଏ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ସେହିପରି ପରଦିନ ଉଭାଯାତ୍ରା । ଦିନ ସକାଳ ୪ରୁ ୬ଟା ୩୦, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ଗୋଟାଏ ୩୦ ଓ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ଯାଏ ଜଗାଦର୍ଶନ କରିପାରିବେ ଭକ୍ତ । ସେହିପରି ସକାଳ ୬ଟା ୩୦ରୁ ଦିନ ୧୨ଟା ୩୦, ଅପରାହ୍ନ ଗୋଟାଏ ୩୦ରୁ ୩ଟା ୩୦ ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ସେପଟେ କ୍ଷୟ ପଡ଼ୁଥିବାରୁ ଆଜି ନେତ୍ରୋତ୍ସବ ନୀତି ସମ୍ପନ୍ନ ହେବ । ଗୁରୁବାର ଉଭାଯାତ୍ରାରେ ମଧ୍ୟ ଭକ୍ତମାନେ ଦର୍ଶନ କରିପାରିବେ । କେବଳ ଭୋଗ ଲାଗୁଥିବା ସମୟରେ ଦର୍ଶନ ବନ୍ଦ ରହିବ । ଦୁଇବର୍ଷ ପରେ ଏହି ତିଥିରେ ଦର୍ଶନ ମିଳୁଥିବାରୁ ଭକ୍ତଙ୍କ ଭିଡ଼ ଜମିବା ସମ୍ଭାବନା ରହିଛି ।