କୋଲକାତାରେ ନବାନ୍ନ ଅଭିଯାନ, ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ କରିବେ ରାଲି

1 min read

ନନ୍ଦିଘୋଷ ବ୍ୟୁରୋ: କୋଲକାତା RG କର ମେଡିକାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ଯା ଘଟଣା। ଏହାର ପ୍ରତିବାଦ କରି କୋଲକାତାରେ ପଶ୍ଚିମବଂଗ ଛାତ୍ର ସଂଗଠନର ଆଜି ନବାନ୍ନ ରାଲି। ଅଭୟାଙ୍କୁ ନ୍ୟାୟ ଦେବାକୁ ଆଜି ମହା ବିକ୍ଷୋଭ କରିବେ ଛାତ୍ର ସଂଗଠନ। ଟିଏମସି ସରକାର ବିରୋଧରେ ସବୁଠୁ ବଡ଼ ଆନ୍ଦୋଳନର ଡାକରା ଦେଇଛି ପଶ୍ଚିଂବମଗ ଛାତ୍ର ସଙ୍ଗଠନ। କୋଲକାତାରେ ବିଶାଳ ଜନ ସମାବେଶର ଡାକରା ଦେଇଛି ଛାତ୍ର ସମାଜ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଫିସ୍ ନବନ୍ନା ଘେରାଉ କରିବେ ୩୦ ହଜାରରୁ ଅଧିକ ଛାତ୍ରଛାତ୍ରୀ। ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ ଛାତ୍ରଛାତ୍ରୀମାନେ ଏହି ଆନ୍ଦୋଳନ ଡାକରା ଦେଇଛନ୍ତି। ଆଜି ମଧ୍ୟାହ୍ନରେ ଛାତ୍ର ସଙ୍ଗଠନ ରାସ୍ତାକୁ ଓହ୍ଲାଇବ। ଏହି ରାଲିକୁ ନବାନ୍ନା ଅଭିଯାନ କୁହାଯାଉଛି।

ବିନା କୌଣସି ରାଜନୈତିକ ବ୍ୟାନରରେ ଏହି ବିକ୍ଷୋଭର ଡାକରା ଦିଆଯାଇଛି। ବିକ୍ଷୋଭକାରୀମାନେ ରାଜ୍ୟ ସଚିବାଳୟ ଯାଏ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛନ୍ତି। ନବାନ୍ନା ହେଉଛି ରାଜ୍ୟ ସଚିବାଳୟ ଯେଉଁଠାରେ ପଶ୍ଚିମବଙ୍ଗ ସରକାରଙ୍କ କାର୍ଯ୍ୟ ଚାଲିଥାଏ। ନବନ୍ନାରେ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟ ସମେତ ଅନ୍ୟାନ୍ୟ ବରିଷ୍ଠ ମନ୍ତ୍ରୀ ଏବଂ ଅଧିକାରୀଙ୍କ ଅଫିସ ଅଛି।

ପ୍ରଥମଥର ପାଇଁ ଏତେ ସଂଖ୍ୟାରେ ଲୋକେ ମମତା ସରକାର ବିରୋଧରେ ରାସ୍ତାକୁ ଓହ୍ଲାଇବେ। ବିକ୍ଷୋକୁ ଦୃଷ୍ଟିରେ ରଖି କୋଲକାତାକୁ ସଂଯୋଗ କରୁଥିବା ସବୁ ପ୍ରବେଶ ପଥକୁ ସିଲ୍ କରି ଦିଆଯାଇଛି।୬୦୦୦ରୁ ଅଧିକ ପୁଲିସ କର୍ମୀଙ୍କୁ ନିୟୋଜିତ କରାଯାଇଛି। ୧୯ଟି ସ୍ଥାନରେ ବ୍ୟାରିକେଡିଂ କରାଯାଇଛି। ବିଭିନ୍ନ ସ୍ଥାନରେ ପ୍ରାୟ ୨୬ ପୋଲିସ କମିଶନର ନିୟୋଜିତ ହୋଇଛନ୍ତି।