ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ ପୁଣି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣା। ଗାଁକୁ ରାସ୍ତା ନଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଦେଢ଼ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତର ଡୁମୁନିଗୁଡା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଡୁମୁନିଗୁଡା ଗାଁର ଚକ୍ରଧର ଜାନିଙ୍କ ସ୍ତ୍ରୀ ବିମଳା ଜାନିଙ୍କୁ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । କିନ୍ତୁ ଆମ୍ବୁଲାନ୍ସ ପହଁଚି ଥିଲେ ମଧ୍ୟ ଗାଁକୁ ରାସ୍ତା ନଥିବାରୁ ଗାଁ ଠାରୁ ଦେଢ଼ କିଲୋମିଟର ଦୂରରେ ଅଟକି ରହିଥିଲା। ଫଳରେ ପରିବାର ଲୋକୋ ଓ ଗ୍ରାମବାସୀ ଏକ ଖଟରେ ଭାର କରି ଦେଢ଼ କିଲୋମିଟର ବାଟ କର୍ଲାପଡ଼ା ଗାଁ ପର୍ଯ୍ୟନ୍ତ ଗର୍ଭବତୀଙ୍କୁ ଖଟରେ ବୋହି ଆଣିଥିଲେ। ଆମ୍ବୁଲାନ୍ସରେ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଉଥିବା ବେଳେ ବାଟରେ ଆମ୍ବୁଲାନ୍ସ ଭିତରେ ଗର୍ଭବତୀ ଏକ ଶିଶୁପୁତ୍ର ଜନ୍ମ ଦେଇଥିଲେ। ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିବା ବେଳେ ମା ସୁସ୍ଥ ଥିବାବେଳେ ଶିଶୁପୁତ୍ରକୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ତେବେ ଝରିଗାଁ ବ୍ଲକରେ ବାରମ୍ବାର ଜନନୀ ଯନ୍ତ୍ରଣା ଦୃଶ୍ୟ ଦେଖିବାକୁ ମିଳୁଛି । ରାସ୍ତାଘାଟ ଅବସ୍ଥା ଶୋଚନୀୟ ଥିବାରୁ ଗର୍ଭବତୀଙ୍କୁସୁରକ୍ଷିତ ପ୍ରସବ ପାଇଁ ଡାକ୍ତରଖାନା ଆଣିବାରେ ଅସୁବିଧା ହେଉଥିବା ହେଉଥିବା ବେଳେ ବାରମ୍ବାର ଏଭଳି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳୁଛି।

