ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀଙ୍କ ଶ୍ରାଦ୍ଧବାର୍ଷିକୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ବହୁ ବିଶିଷ୍ଟ ବ୍ୟକ୍ତି

1 min read

ନୂଆଦିଲ୍ଲୀ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ନେତା ଅଟଳ ସମାଧି ସ୍ଥଳରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହାସହ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଲୋକସଭା ବାଚସ୍ପତି ଓମ ବିର୍ଲା ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ |

ଦେଶ ସେବା ଦିଗରେ ଅଟଳଙ୍କ ପ୍ରୟାସ ଆମକୁ ସବୁବେଳେ ପ୍ରେରିତ କରିବ । ବିଂଶ ଶତାଦ୍ଧୀ ଆହ୍ୱାନଗୁଡ଼ିକୁ ସମ୍ମା କରିବା ନେଇ ଦେଶକୁ ଅଟଳଜୀ ପ୍ରସ୍ତୁତ କରିଥିଲେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ।

ସୂଚନା ଥାଉ କି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ତିନିଥର ଭାରତର ପ୍ରଧାନମନ୍ତ୍ରୀ ଥିଲେ। ସେ ଭାରତୀୟ ଜନତା ପାର୍ଟିର ସହ-ପ୍ରତିଷ୍ଠାତା ମଧ୍ୟ ଥିଲେ। ସେ ହେଉଛନ୍ତି ଭାରତର ପ୍ରଥମ ଅଣ-କଂଗ୍ରେସ ପ୍ରଧାନମନ୍ତ୍ରୀ ଯିଏକି ତାଙ୍କ କାର୍ଯ୍ୟକାଳ ଶେଷ କରିଥିଲେ। ତେବେ ଥରେ ସେ ମାତ୍ର ୧୩ ଦିନ ଏବଂ ଦ୍ୱିତୀୟ ଥର ୧୩ ମାସ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ। ୨୭ ମାର୍ଚ୍ଚ ୨୦୧୫ ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନ ପ୍ରଦାନ କରାଯାଇଥିଲା।