spot_img

Latest Posts

ଲୋକସେବା ଭବନରେ ଜାତୀୟ ଭୋଟର ଦିବସ ସଂକଳ୍ପ ପାଠ

ଭୁବନେଶ୍ୱର: ଆଜି ଜାତୀୟ ମତଦାତା ଦିବସ ଅବସରରେ ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସଂକଳ୍ପ ପାଠ କରାଇଥିଲେ ।

ଜାତୀୟ ଭୋଟର ଦିବସର ସଂକଳ୍ପ ଥିଲା ଆମେ ଭାରତର ନାଗରିକବୃନ୍ଦ, ଗଣତନ୍ତ୍ରରେ ନିଜର ପୂର୍ଣ୍ଣ ଆସ୍ଥା ରଖି ଏହି ଶପଥ ନେଉଛୁ କି ଆମେ ନିଜ ଦେଶର ଗଣତାନ୍ତ୍ରିକ ପରମ୍ପରାର ମର୍ଯ୍ୟାଦା ବଜାୟ ରଖିବୁ ତଥା ମୁକ୍ତ, ଅବାଧ, ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନର ଗରିମାକୁ ଅକ୍ଷୁର୍ଣ୍ଣ ରଖି ନିର୍ଭିକ ହୋଇ, ଜାତି, ବର୍ଣ୍ଣ, ଗୋଷ୍ଠୀ, ଭାଷା ଅଥବା ଅନ୍ୟ କୌଣସି ପ୍ରଲୋଭନରେ ପ୍ରଭାବିତ ନ ହୋଇ ପ୍ରତ୍ୟେକ ନିର୍ବାଚନରେ ନିଜ ମତାଧିକାରର ପ୍ରୟୋଗ କରିବୁ । ମୁଖ୍ୟ ଶାସନ ସଚିବଙ୍କ ଲୋକ ସମ୍ପର୍କ ଅଧିକାରୀ ଡ ଉମାକାନ୍ତ ମହାପାତ୍ର ଏହି ସଂକଳ୍ପପାଠ ସଭାର ସଂଯୋଜନା କରିଥିଲେ ।

Latest Posts

Don't Miss