ରାମଲିଙ୍ଗେଶ୍ୱର ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

1 min read
Naveen Inaugurates New Look Of Ramalingeswar Park

ବ୍ରହ୍ମପୁର: ରୂପାନ୍ତରର ଅନନ୍ୟ ଉଦାହରଣ ପାଲଟିଛି ବ୍ରହ୍ମପୁରର ରାମଲିଙ୍ଗେଶ୍ୱର ଜଳାଶୟ । ଅବ୍ୟବହୃତ ଏବଂ ଅସ୍ୱାସ୍ଥ୍ୟକର ପରିବେଶରେ ପଡ଼ି ରହିଥିବା ଏହି ଜଳାଶୟ ଆଜି ବ୍ରହ୍ମପୁରରେ ପର୍ଯ୍ୟଟକ ମାନଙ୍କର ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇପାରିଛି । ଚିତ୍ତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତୋତ୍ରର ତାଳେ ତାଳେ ଲେଜର ଲାଇଟ୍‌ ଓ ଏକ ସଂଗୀତମୟ ପରିବେଶ ମଧ୍ୟରେ ବ୍ରହ୍ମପୁରର କେନ୍ଦ୍ର ସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ୱର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଛି ।

Naveen Inaugurates New Look Of Ramalingeswar Park

ଏହି ଅବସରରେ ସୋମବାର ସନ୍ଧ୍ୟାରେ ଭିଡିଓ କନଫରେନ୍ସିଂ ଜରିଆରେ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାମଲିଙ୍ଗେଶ୍ୱର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଥିଲେ । ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଏବଂ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁରର ଜନସାଧାରଣଙ୍କୁ ଆହ୍ୱାନ ଜଣାଇଥିଲେ ।

Naveen Inaugurates New Look Of Ramalingeswar Park

ମୁଖ୍ୟମନ୍ତ୍ରୀ କହିଥିଲେ, ଗତ କିଛି ବର୍ଷ ତଳେ ଏହି ଜଳାଶୟର ଅବସ୍ଥା କଣ ଥିଲା ଏବଂ ବର୍ତ୍ତମାନ ଏହା କେଉଁଠି ପହଞ୍ଚିଛି । ଏହା ହେଉଛି ପରିବର୍ତ୍ତନ, ରୂପାନ୍ତରଣ । ରାମଲିଙ୍ଗେଶ୍ୱର ଜଳାଶୟ ଓ ପାର୍କ ଆଜି ଗଞ୍ଜାମର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି । ଏହା ଆଜି ସମ୍ଭବ ହୋଇପାରିଛି, ବ୍ରହ୍ମପୁରର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନ ଓ ସହଯୋଗ ଯୋଗୁଁ ।

Naveen Inaugurates New Look Of Ramalingeswar Park

କୋଭିଡ୍ ସମୟରେ ଗଞ୍ଜାମର ଜନସାଧାରଣଙ୍କର ଦୃଢ଼ ମନୋବଳର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ- ଜନତାଙ୍କ ସଂଯମତା ଓ ଆତ୍ମଶକ୍ତି ଯୋଗୁଁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡକୁ ନିୟନ୍ତ୍ରଣ କରାଯାଇପାରିଛି ଏବଂ ଗଞ୍ଜାମ ଆଜି ସାରା ଦେଶ ପାଇଁ ରୋଲ ମଡେଲ ହୋଇପାରିଛି । ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି । ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟାୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଂ ରୋଡ୍ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି ।

Naveen Inaugurates New Look Of Ramalingeswar Park

ବ୍ରହ୍ମପୁର ମୋ ପାଇଁ ସବୁବେଳେ ସ୍ୱତନ୍ତ୍ର ଗୁରୁତ୍ୱ ରଖିଛି । ବ୍ରହ୍ମପୁର ତଥା ଗଞ୍ଜାମର ବିକାଶ ଉପରେ ମୁଁ ସବୁବେଳେ ତୀକ୍ଷଣ ନଜର ରଖିଛି । ବ୍ରହ୍ମପୁରକୁ ଏକ ସୁନ୍ଦର ତଥା ଆଧୁନିକ ସହର ଭାବରେ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଭାପତି ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉଦବୋଧନ ଦେଇ ରାମଲିଙ୍ଗେଶ୍ୱର ଜଳାଶୟର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ପ୍ରଶଂସା କରିଥିଲେ ।

Naveen Inaugurates New Look Of Ramalingeswar Park

ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣରେ ସକ୍ରିୟ ଭୂମିକା ଗ୍ରହଣ କରିଥିବା ଗଞ୍ଜାମର ପୂର୍ବତନ ଜିଲ୍ଲାପାଳ  ପ୍ରେମଚାନ୍ଦ ଚୌଧୁରୀ ଏବଂ ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଚକ୍ରବର୍ତ୍ତୀ ରାଠୋରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ ଆନ୍ତରିକ କୃତଜ୍ଞତା ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Naveen Inaugurates New Look Of Ramalingeswar Park

ସୂଚନାଯୋଗ୍ୟ ୮ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ । ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହୋଇଥିଲା । ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଙ୍କରଙ୍କର ୩୫ ଫୁଟ୍ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତି ଶୋଭା ପାଉଥିବା ବେଳେ ଚତୁର୍ପାର୍ଶ୍ୱରେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି ।

Leave a Reply