କୋଭିଡ ମୁକାବିଲା ନେଇ ସର୍ବଦଳୀୟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୧୭ ତାରିଖରେ ବିଧାନସଭାର ସମ୍ମିଳନୀ କକ୍ଷରେ ବସିବ ବୈଠକ। ଆଲୋଚନାରେ ସମସ୍ତ ବିଧାୟକ ଅଂଶଗ୍ରହଣ କରିବେ। ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ବିଧାୟକ ଯୋଡିହେବେ । କୋଭିଡ ମୁକାବିଲା ନେଇ ବୈଠକରେ ସମସ୍ତ ବିଧାୟକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।

ବୈଠକ ପାଇଁ ବିଧାନସଭାର ନୂତନ ସମ୍ମିଳନୀ କକ୍ଷ ଓ ଜିଲ୍ଲାସ୍ତରରେ ବ୍ୟବସ୍ଥା କରାଯାଇଥିବା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଭୁବନେଶ୍ବରର କିଛି ସ୍ଥାନରେ ମଧ୍ୟ ବ୍ୟବସ୍ଥା କରାଯାଇଛି । ସମସ୍ତ ବିଧାୟକ ମାନେ ବୈଠକରେ ନିଜ ଅଞ୍ଚଳର କୋଭିଡ ସ୍ଥିତି ସମ୍ପର୍କରେ ଆଲୋଚନା କରିବେ । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିହଂ ମିଶ୍ର ।

ରାଜ୍ୟରେ କରୋନା ମୁକାବିଲା ନେଇ ମିଳିତ ଉଦ୍ୟମର ଆବଶ୍ୟକତା ଥିଲା ବୋଲି ନରସିଂହ କହିଛନ୍ତି । ସର୍ବଦଳୀୟ ବୈଠକ ପାଇଁ କଂଗ୍ରେସ ପୂର୍ବରୁ ଦାବି କରିଥିଲା । ୨ୟ ଓ ୩ୟ ଲହରୀ ପାଇଁ ସରକାର କ’ଣ ପ୍ରସ୍ତୁତ କରିଛନ୍ତି ସେନେଇ ବୈଠକରେ ଆଲୋଚନା ହେବ ବୋଲି ନରସିଂହ ମିଶ୍ର କହିଛନ୍ତି ।

Leave a Reply