ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୋମବାର ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ତେବେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ କହିଛନ୍ତି । ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଯେଉଁ କାରଣରୁ ଚଳିତ ବର୍ଷ ସେ ଜନ୍ମଦିନ ପାଳନ କରିବେ ନାହିଁ । ଜନ୍ମଦିନ ଅବସରରେ ନବୀନ ନିବାସକୁ ଯାଇ ଶୁଭେଚ୍ଛା ନ ଜଣାଇବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ ନ କରିବା ଆଗରୁ ମଧ୍ୟ ଦେଖିବାକୁ ମିଳିଛି । ବାତ୍ୟା ଏବଂ ଦୁର୍ବିପାକ ଭଳି ସ୍ଥିତି ଉପୁଜିଥିବାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିନଥିଲେ ।