ରାଷ୍ଟ୍ରୀୟ ସମ୍ମାନ ସହ ହେବ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ

2 min read
Naveen Patnaik Express Grief At Death of Padma Shri D Prakash Rao

ଭୁବନେଶ୍ୱର: ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ପ୍ରକାଶଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି- ସ୍ୱର୍ଗତଃ ରାଓ ତାଙ୍କର ଉତ୍ସର୍ଗୀକୃତ ସମାଜ ସେବା ବିଶେଷ କରି ଗରିବ ଓ ଅବହେଳିତମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ହୋଇ ରହିବେ । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।

ପଦ୍ମଶ୍ରୀ ସ୍ୱର୍ଗତଃ ଡି. ପ୍ରକାଶ ରାଓଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପ୍ରକାଶଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ପ୍ରକାଶଙ୍କ ବିୟୋଗରେ ବିଭିନ୍ନ ଦଳର ରାଜନେତା ଶୋକ ପ୍ରକାଶ କରିଛନ୍ତି ।

କିଛି ଦିନ ହେବ ଅସୁସ୍ଥ ହୋଇ ପ୍ରକାଶ ରାଓ କଟକ ଏସସିବିରେ ଚିକିତ୍ସିତ ହେଉଥିଲେ । ଗତ ୨୪ ତାରିଖରେ ଏସ୍‌ସିବିରେ ଅସୁସ୍ଥତା କାରଣରୁ ତାଙ୍କୁ ଭର୍ତ୍ତି କରାଯାଇଥିଲା । ଆଜି ତାଙ୍କର ମୃତ୍ୟୁ ହୋଇଛି । ପଦ୍ମଶ୍ରୀ ସମ୍ମାନ ପାଇଥିବା ପ୍ରକାଶ ୨୦୦ ଥର ରକ୍ତଦାନ ମଧ୍ୟ କରିଥିଲେ ।

ଏଥିସହ ପଢ଼ନ୍ତୁ- ବସ୍ତି ପିଲାଙ୍କ ଲାଗି ଆଶାର କିରଣ ସାଜିଥିଲେ ପ୍ରକାଶ

Leave a Reply