ଶଙ୍ଖ ଭବନରେ ଅନନ୍ତ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ ପଟ୍ଟନାୟକ ଓ ବିଜେଡି ନେତା

ଭୁବନେଶ୍ବର: ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ । ଶଙ୍ଖ ଭବନରେ ସ୍ବର୍ଗତ ଦାସଙ୍କୁ ଶ୍ରଦ୍ଧାଞ୍ଜଳି । ଅନନ୍ତଙ୍କ ପାର୍ଥୀବ ଶରୀର ଶଙ୍ଖ ଭବନରେ ପହଞ୍ଚିବା ପରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଜଣାଇଥିଲେ ଶ୍ରଦ୍ଧାଞ୍ଜଳି । ଏହାସହ ବିଜେଡି ନେତା ଓ କର୍ମୀ ମଧ୍ୟ ସ୍ବର୍ଗତ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହାପୂର୍ବରୁ ଅନନ୍ତଙ୍କ ଦେହାନ୍ତ ଖବର ଶୁଣିବା ପରେ ନବୀନ ଶୋକ ପ୍ରକାଶ କରିଥିଲେ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ । ଏହାସହ ସ୍ବର୍ଗତ ଦାସଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ ।
ସୂଚନାଯୋଗ୍ୟ, ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସ ୨୦୦୪ ମସିହାରୁ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ ମସିହାରୁ ଲଗାତାର ୪ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ହୋଇଥିଲେ । ୨୦୦୪ ରୁ ୨୦୦୯ରେ ପ୍ରଥମେ ବିଧାୟକ । ୨୦୦୯ରୁ ୨୦୧୪ ବିଧାନସଭାର ମୁଖ୍ୟ ସଚେତକ । ୨୦୧୪ରୁ ୨୦୧୯ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ । ୨୦୧୯ରୁ ୨୦୨୪ରେ ଜିଲ୍ଲା ଯୋଜନା ବୋଡ଼ର ଅଧ୍ୟକ୍ଷ ଥିଲେ ।
୨୮ ଅଗଷ୍ଟ ୧୯୪୦ରେ ଭୋଗରାଇ ବ୍ଲକର କୁରୁଠିଆରେ ଜନ୍ମ ଗ୍ରହଣ କରିଥିଲେ ଅନନ୍ତ ଦାସ । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ଅନନ୍ତ ଦାସଙ୍କ ମୃତ୍ୟୁରେ ଭୋଗରାଇ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।