ଅନୁସୂଚିତ ଜାତି ଲୋକଙ୍କ କଲ୍ୟାଣ ପାଇଁ ବିଜେଡି ପ୍ରତିଶ୍ରୁତି ଦୋହରାଇଲେ ନବୀନ

ଭୁବନେଶ୍ବର: ବିଜୁ ଜନତା ଦଳର ଅନୁସୂଚିତ ଜାତି ସେଲ୍ ବୈଠକ । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ । ଅନୁସୂଚିତ ଜାତି ଲୋକଙ୍କ କଲ୍ୟାଣ ପାଇଁ ବିଜେଡିର ପ୍ରତିଶ୍ରୁତି ଦୋହରାଇଥିଲେ ନବୀନ ।

ଆଗାମୀ ଦିନରେ ବିଜେଡି ଅନୁସୂଚିତ ଜାତି ବର୍ଗର ଭାଇଭଉଣୀଙ୍କ ସ୍ୱାର୍ଥ ସୁରକ୍ଷା ପାଇଁ ଲଢେଇ ଜାରି ରଖିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି । ଏହି ଅବସରରେ ଅନୁସୂଚିତ ଜାତି ବର୍ଗ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା ।

ବୈଠକରେ ବିଧାୟକ ଗଣେଶ୍ୱର ବେହେରା, ମହେଶ ସାହୁ, ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରମୁଖ ଉଦବୋଧନ ଦେଇଥିଲେ । ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ପୂର୍ବତନ ସାଂସଦ ଡା. ରାଜଶ୍ରୀ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।