ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ୨୬କୋଟି ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା । ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଛନ୍ତି । କରୋନା ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନ ଓ ଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ ପଡ଼ିଛି । କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଉନ ଯୋଗୁ ସହରାଞ୍ଚଳର ରାସ୍ତାକଡ଼ର ଉଠାଦୋକାନୀମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଛନ୍ତି । ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ ।

ଏଥିସହିତ ପଢ଼ନ୍ତୁ: ଆହୁରି ସଶକ୍ତ ହେବ ଏସ୍‌ଟିଏଫ୍: ୨୭ ନୂଆ ପଦବୀ ସୃ୍ଷ୍ଟିକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

 

Leave a Reply