ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ଵାସ୍ଥ୍ୟାବସ୍ଥା ବୁଝିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
![](https://nandighoshatv.com/wp-content/uploads/2025/02/Uttam-Naveen-1024x576.jpg)
ଭୁବନେଶ୍ବର: ବର୍ଷିଆନ୍ ଓଲିଉଡ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ଵାସ୍ଥ୍ୟାବସ୍ଥା ବୁଝିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କଲ୍ କରି ଉତ୍ତମ ମହାନ୍ତିଙ୍କ ସ୍ଵାସ୍ଥ୍ୟାବସ୍ଥା ବୁଝିଲେ । ଏହା ସହିତ ଅଭିନେତା ତଥା ପୁଅ ବାବୁଶାନଙ୍କ ସହ କଥା ହୋଇଛନ୍ତି ନବୀନ ପଟ୍ଟନାୟକ । ଅଭିନେତା ଉତ୍ତମ ମହାନ୍ତି ଏବେ ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ଅଛନ୍ତି । ସେ ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି । ଅଭିନେତା ଉତ୍ତମ ମହାନ୍ତି ଏକ ଫିଲ୍ମର ସୁଟିଂ ପାଇଁ ବାହାରକୁ ଯାଇଥିବା ବେଳେ ସେଠାରେ ତାଙ୍କର ସ୍ବାସ୍ଥ୍ୟ ହଠାତ୍ ଖରାପ ହୋଇଥିଲା । ତାପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ ଏହା ପରେ ଚିକିତ୍ସା ହୋଇ ଘରକୁ ଆସିଥିଲେ । ହେଲେ ପୁଣି ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଭୁବନେଶ୍ୱର ସ୍ଥିତ ‘କିମ୍ସ’ରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ପରେ ଅଧିକ ଚିକିତ୍ସା ପାଇଁ ଗତ ୮ ତାରିଖରେ ଗୁରୁଗ୍ରାମକୁ ଏୟାରଲିଫ୍ଟ କରାଯାଇଥିଲା ।