ଭୁବନେଶ୍ବର ପୂଜା ମଣ୍ଡପ ବୁଲିଲେ ନବୀନ. ମା’ଙ୍କ ନିକଟରେ କଲେ ଆଶିଷ ଭିକ୍ଷା

ଭୁବନେଶ୍ବର: ପୂଜା ମଣ୍ଡପ ବୁଲୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଶାରଦୀୟ ଦୂର୍ଗାପୂଜା ପାଇଁ ରାଜଧାନୀ ଚଳଚଞ୍ଚଳ ହୋଇଉଠିଥିବା ବେଳେ ନବୀନ ମଧ୍ୟ ଏ ଖୁସୀର ମାହୋଲରେ ସାମିଲ ହେଇଛନ୍ତି । ଆଜି ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କର ଆଶିଷ ଭିକ୍ଷା କରିଛନ୍ତି ପୂର୍ବତନ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଶୁକ୍ରବାର ମହାଷ୍ଟମୀ ଅବସରରେ ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲୁଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ଭୁବନେଶ୍ବରରେ ୩ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ଥିବାବେଳେ ରସୁଲଗଡ଼ରୁ ସକାଳ ସାଢ଼େ ୧୦ଟାରୁ ଦର୍ଶନ ଆରମ୍ଭ କରିଥିଲେ । ରସୁଲଗଡ ଦୁର୍ଗାପୂଗା ମଣ୍ଡପରେ ନବୀନଙ୍କୁ କମିଟି ତରଫରୁ ଭବ୍ୟ ସ୍ବାଗତକରାଯାଇଥିବା ବେଳେ ରସୁଲଗଡ ପୂଜା ପେଣ୍ଡାଲ ବୁଲିଥିଲେ ନବୀନ ।

ଏହାପରେ ୧୧ଟା ୩ ମିନିଟରେ ସହିଦନଗର ପୂଜା ପେଣ୍ଡାଲରେ ପହଞ୍ଚି  ମା’ଙ୍କୁ ଦର୍ଶନ କରିବା ସହିତ ପେଣ୍ଡାଲ ବୁଲି ଦେଖିଥିଲେ ନବୀନ । ନବୀନଙ୍କୁ ଅତି ପାଖରୁ ଦେଖି ଉତ୍ସାହିତ ହୋଇଯାଇତିଲେ ସାଧାରଣ ଜନତା । ପରେ ୧୧ଟା ୨୫ ମିନିଟରେ ବଡ଼ଗଡ଼ ମଣ୍ଡପରେ ପହଞ୍ଚି ମାଆଙ୍କୁ ଦର୍ଶନ କରିଥିବା ସହିତ ପେଣ୍ଡାଲ ବୁଲିଥିଲେ ନବୀନ । ମଣ୍ଡପ ବୁଲି ଯିବାକୁ ନବୀନଙ୍କୁ ଟୁଇନସିଟିର ବିଭିନ୍ନ ପୂଜା କମିଟି ନିମନ୍ତ୍ରଣ କରିଥିବା ବେଳେ ପୂର୍ବରୁ ଗଣେଶ ପୂଜା ସମୟରେ ମଧ୍ଯ ନବୀନ ମଣ୍ଡପ ବୁଲିବା ସହ ଲୋକଙ୍କ ସହ କଥା ହୋଇଥିଲେ ।