ସିନ୍ଧିଆଙ୍କୁ ନବୀନଙ୍କ ଚିଠି, ନଭେମ୍ବର ଶେଷ ସୁଦ୍ଧା କାର୍ଯ୍ୟକ୍ଷମ ହେଉ ରାଉରକେଲା ବିମାନବନ୍ଦର

ଭୁବନେଶ୍ୱର: ରାଉରକେଲା ବିମାନ ବନ୍ଦର କାର୍ଯ୍ୟକ୍ଷମ ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଗକୁ ବିଶ୍ୱକପ ହକି ମ୍ୟାଚ୍ ଖେଳାଯିବ । ୨୦୨୩ ଜାନୁଆରୀ ୧୩ରୁ ୨୯ ତାରିଖ ମଧ୍ୟରେ ଉଭୟ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ ମ୍ୟାଚ୍ ଖେଳାଯିବ । ତେଣୁ ନଭେମ୍ବର ୩୦ ତାରିଖ ପୂର୍ବରୁ ରାଉରକେଲା ବିମାନବନ୍ଦରକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି ।

ସେଲ୍ ଓ ବିମାନ ଚଳାଚଳ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଏମଓୟୁ ନବୀକରଣ କରିବା ସହ ରନଓ୍ୱେ, ଟର୍ମିନାଲ, ବିଲ୍ଡିଂ ଭଳି କାମ ନେଇ ସମୀକ୍ଷା କରିବାକୁ ଚିଠିରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ରାଉରକେଲାରୁ ଦିଲ୍ଲୀ, ମୁମ୍ବାଇ, କୋଲକାତା ଭଳି ମେଟ୍ରୋ ସିଟିକୁ ବିମାନ ସେବା ଶୀଘ୍ର ଆରମ୍ଭ କରିବା ଦିଗରେ ଶୀଘ୍ର ହସ୍ତକ୍ଷେପ କରିବାକୁ ଚିଠିରେ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।