ନାଁ ବଦଳେଇପାର କିନ୍ତୁ ଇତିହାସ ବଦଳାଇପାରିବନି: ନବୀନ

ଭୁବନେଶ୍ବର : ଆଜି ଠାରୁ ବିଜେଡି ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି । ଭୁବନେଶ୍ବର ନେତାଜୀ ପଡିଆରେ ନଜସଭାକୁ ସମ୍ବୋଧନ କରି ବିଜେପି ସରକାରକୁ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ କହିଛନ୍ତି ଗତ ୨୪ ବର୍ଷ ଭିତରେ ବିଜୁ ଜନତା ଦଳ ଓଡ଼ିଶାର ବିକାଶ ପାଇଁ ବହୁତ କିଛି କରିଛି । ଡବଲ ଇଂଜିନ ସରକାର ଶାସିତ ରାଜ୍ୟଙ୍କଠାରୁ ଓଡ଼ିଶା ଢେର ଆଗରେ ଅଛି । ବିଜେଡି ସରକାରର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦ୍ୱାରା କୋଟି କୋଟି ଲୋକ ଉପକୃତ ହୋଇଛନ୍ତି । ବର୍ତ୍ତମାନ ସରକାର ସେହି ଯୋଜନାର ନାମ ବଦଳାଇ ଦେଇଛନ୍ତି । ଆପଣ ଯୋଜନାର ନାମ ବଦଳାଇ ଦେଇ ପାରିବେ କିନ୍ତୁ ଇତିହାସ ବଦଳାଇ ପାରିବେ ନାହିଁ । ମିଛ କାହାଣୀ କହି ବିଜେପି କ୍ଷମତାକୁ ଆସିଛି । ଆପଣ ମାନେ ମାଗଣାରେ ୩ଶହ ୟୁନିଟ୍ ବିଜୁଳୀ ପାଉଛନ୍ତି ? କେତେ ଜଣ ମା’ ୫୦ ହଜାର ଟଙ୍କା ପାଇଲେଣି ? ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ସୁପ୍ରିମୋ ।  ନିର୍ବାଚନ ବେଳେ ହାତୀ ଦେବି ଘୋଡ଼ା ଦେବି ବୋଲି କହିଥିଲା ବିଜେପି । ଏବି ବିଜେପିର ମିଛକୁ ଜାଣି ସାରିଲେଣି ଓଡ଼ିଶାର ଲୋକ । ଦରଦାମକୁ ନିୟନ୍ତ୍ରଣ କରିବାରେ ବିଜେପି ସରକାର ବିଫଳ । ଓଡ଼ିଶାରେ ମା’ମାନେ ଥାନାରେ ବି ସୁରକ୍ଷିତ ନାହାନ୍ତି । ସରକରୀ କର୍ମଚାରୀ ରାଜଭବନରେ ମଧ୍ୟ ସୁରକ୍ଷିତ ନାହାନ୍ତି । ଏହି ସରକାରକୁ ଲୋକ ଭରସା କରି ପାରୁନାହାନ୍ତି । ମିଛ କଥା କହି ନିର୍ବାଚନ ଜିତି ପାରିବେ କିନ୍ତୁ ଲୋକଙ୍କ ହୃଦୟ ନୁହେଁ । ଓଡ଼ିଶାର ଦ୍ରାରିଦ୍ର୍ୟ ୭୦ ପ୍ରତିଶତ ଥିଲା । ଆଜି ଏହା ୧୦ ପ୍ରତିଶତକୁ କମିଛି । ଆମ ଲୋକଙ୍କ ମୁଣ୍ଡପିଛା ଆୟ ବଢ଼ିଛି । ଆନେକ ଡବଲ ଇଂଜିନ ରାଜ୍ୟଙ୍କଠାରୁ ଓଡ଼ିଶା ଆଗରେ ଅଛି । ଅନେକ କ୍ଷେତ୍ରରେ ଓଡ଼ିଶା ଆଜି ଭଲ ପ୍ରଦର୍ଶନ କରୁଛି । ମୁଁ ସରକାରରେ ଥାଏ କି ନଥାଏ ଆପଣ ମାନଙ୍କ ସେବା କରିବି । ଲୋକଙ୍କ ଭଲ ପାଇବା ବିଜେଡିର ବଡ଼ ଶକ୍ତି । ବିଜେଡି ସମସ୍ତଙ୍କ ହୃଦୟରେ ଅଛି ଆଉ ରହିବ ।