ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବାଲେଶ୍ୱର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜରଙ୍କୁ ବାଧ୍ୟତାମୂଳକ ଅବସର

Naveen's Zero Tolerance Policy, Give Compulsory Retirement To Narottam Behera

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି ରହିଛି । ଦୁର୍ନୀତି ପାଇଁ ରାଜ୍ୟ ସରକାର ଏପର୍ଯ୍ୟନ୍ତ ୧୩୨ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ୱଚ୍ଛତା ଉପରେ ସର୍ବାଧିକ ଗୁରୁତ୍ୱ ଆରୋପ କରିଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି ।

ଏଥିସହ ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ୩ ବଡ଼ ମୁଣ୍ଡ, ୨୨ ଲକ୍ଷ ୬୧ ହଜାର ଟଙ୍କା ଜବତ

ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସରକାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବାଲେଶ୍ୱର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜର ନରୋତ୍ତମ ବେହେରାଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁଁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ବେହେରା ବର୍ତ୍ତମାନ ନିଲମ୍ବିତ ଅଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରିଛନ୍ତି ରାଜ୍ୟ ସରକାର ।

Leave a Reply