ଆଜି ନାମାଙ୍କନ ଦାଖଲ କରିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

1 min read

ନୂଆଦିଲ୍ଲୀ: ଆଜି ନାମାଙ୍କନ ଭରିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ପୂର୍ବାହ୍ନ ୧୨ଟା ୩୦ରେ ପ୍ରାର୍ଥିପତ୍ର ଦାଖଲ କରିବେ ଦ୍ରୌପଦୀ । ନାମାଙ୍କନ ସମୟରେ ଓଡ଼ିଶାର ଦୁଇ ଜଣ ମନ୍ତ୍ରୀ ଟୁକୁନୀ ସାହୁ ଓ ଜଗନ୍ନାଥ ସାରକା ପ୍ରସ୍ତାବକ ରହିବେ । ସେହିପରି ରାଜ୍ୟ ବିଜେପିର ୧୦ ଜଣ ବିଧାୟକ ମଧ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କ ପାଇଁ ପ୍ରସ୍ତାବକ ରହିବେ । ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ ଦ୍ରୌପଦୀ ।  ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ୨୯ ଜୁନ ଥିବା ବେଳେ ୩୦ ତାରିଖ ଯାଞ୍ଚ କରାଯିବ । ଆସନ୍ତା ଜୁଲାଇ ୨ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ସୁଯୋଗ ରହିଛି ।